ସକାଳ ୭ରୁ ସ୍କୁଲ

ଭୁବନେଶ୍ୱର,୧।୩(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍କୁଲ୍‌ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି। ସୋମବାରଠାରୁ ପରିବର୍ତ୍ତିତ ସମୟ ଅନୁସାରେ ସ୍କୁଲ ଖୋଲିବା ସହ ପାଠପଢ଼ା ଚାଲିବ। ରାଜ୍ୟର ସମସ୍ତ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀଗୁଡ଼ିକର ପାଠପଢ଼ା ସକାଳ ୮ଟା ୩୦ରୁ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ହେବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀଗୁଡ଼ିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ ବଦଳରେ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପୂର୍ବରୁ ଜାରି ହୋଇଥିବା ମାର୍ଗଦର୍ଶିକାକୁ କଡ଼ାକଡ଼ି ପାଳନ କରାଯିବ। ସ୍କୁଲ ସମୟ ନିର୍ଘଣ୍ଟରେ ହୋଇଥିବା ପରିବର୍ତ୍ତନକୁ ବିଭିନ୍ନ ସ୍ତରରୁ ବିରୋଧ କରାଯାଇଛି। ରବିବାର କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ଭାଜପା ବିଧାୟକ ମୋହନ ମାଝୀ ଏ ପ୍ରସଙ୍ଗରେ ମନ୍ତବ୍ୟ ଦେଇ କହିଛନ୍ତି, ସରକାରଙ୍କ ଏଭଳି ନିଷ୍ପତ୍ତି ଛାତ୍ରୀଛାତ୍ରଙ୍କୁ ଅଧିକ କଷ୍ଟ ଦେବ। ବର୍ତ୍ତମାନ ଯେଉଁଭଳି ତାପମାତ୍ରା ରହୁଛି ଅପରାହ୍ନ ୧ଟାରେ ସ୍କୁଲ ଛୁଟି ହେବା ନିଷ୍ପତ୍ତି ଗ୍ରହଣଯୋଗ୍ୟ ନୁହେଁ। ତେଣୁ ଯଥାଶୀଘ୍ର ସରକାର ସେହି ସମୟକୁ ପରିବର୍ତ୍ତନ କରନ୍ତୁ ବୋଲି ସେମାନେ ଦାବି କରିଛନ୍ତି। ସେହିପରି ଶୁକ୍ରବାର ଓଡ଼ିଶା ମାଧ୍ୟମିକ ସ୍କୁଲ ସଂଘ(ଓଷ୍ଟା) ପକ୍ଷରୁ ମଧ୍ୟ ଏହାକୁ ବିରୋଧ କରାଯିବା ସହ ରବିବାର ସ୍କୁଲ ଆସିବେ ନାହିଁ ବୋଲି ସରକାରଙ୍କୁ ଚେତାବନୀ ଦିଆଯାଇଛି। ସ୍କୁଲ ସମୟ ପରିବର୍ତ୍ତନ ନେଇ ବିଚାର ବିମର୍ଶ କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?