ଆଜିଠାରୁ ସ୍କୁଲ

ଭୁବନେଶ୍ୱର,୮ା୧(ବ୍ୟୁରୋ):ଦୀର୍ଘମାସର ପ୍ରତୀକ୍ଷା ପରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବାକୁ ଯାଉଛି। ପ୍ରାୟ ୯ମାସ ଧରି ବନ୍ଦ ରହିବା ପରେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଯିବେ। ଏଥିଲାଗି ନିର୍ଦ୍ଧାରିତ ସମୟ ପୂର୍ବରୁ କ୍ୟାମ୍ପସ ପରିସରରେ ଥିବା ଆସବାବପତ୍ର, ଲାଇବ୍ରେରି, ଲାବରେଟୋରି, ପାଣି ଟାଙ୍କି, ରୋଷେଇ ଘର, ଶୌଚାଳୟ ଓ ସର୍ବସାଧାରଣ ବ୍ୟବହାର ସ୍ଥାନଗୁଡ଼ିକୁ ବିଶୋଧନ କରାଯାଇଛି। ସ୍କୁଲକୁ ସମସ୍ତ ଛାତ୍ରୀଛାତ୍ର ମାସ୍କ ପିନ୍ଧି ଆସିବାକୁ ବାଧ୍ୟତାମୂଳକ କରାଯାଇଥିବାବେଳେ ସ୍କୁଲ ପରିସରରେ ହାତ ଧୋଇବା ଓ ବିଶୋଧନ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ସ୍କୁଲ ଭିତରକୁ ପିଲାଙ୍କ ପ୍ରବେଶ ଓ ପ୍ରାର୍ଥନା ସମୟରେ ୬ ଫୁଟ୍‌ ଦୂରତାରେ ବୃତ୍ତାକାର ଚିହ୍ନ ଅଙ୍କାଯାଇଛି। ପିଲାଙ୍କ ସୁରକ୍ଷା ଲାଗି ସ୍କୁଲର ବିଭିନ୍ନ ସ୍ଥାନରେ କୋଭିଡ୍‌ ସମ୍ପର୍କିତ ହେଲ୍‌ପଲାଇନ୍‌ ନମ୍ବର ଲେଖାଯାଇଛି। ଶ୍ରେଣୀଗୃହ, ଲାଇବ୍ରେରି, କାଫେଟରିଆ, କ୍ୟାଣ୍ଟିନରେ ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା କରିବାର ବ୍ୟବସ୍ଥା କରାଯାଇଛି। ଗୋଟିଏ ଶ୍ରେଣୀଗୃହରେ ସର୍ବାଧିକ ୨୦ରୁ ୨୫ଜଣ ପିଲା ବସିବା ପାଇଁ ବ୍ୟବସ୍ଥା କରାଯାଇଛି। ବୁଲା ଦୋକାନୀଙ୍କୁ ସ୍କୁଲ ପରିସରରେ ବାରଣ କରାଯାଇଥିବା ବେଳେ ନିୟମିତ ସ୍କୁଲର ସଫେଇ ଓ ବିଶୋଧନ କରିବାକୁ କୁହାଯାଇଛି। ସ୍କୁଲ୍‌ ଖୋଲିବା ଅବ୍ୟବହିତ ପୂର୍ବରୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଗୁରୁବାର ଭୁବନେଶ୍ୱରର କେତେକ ସ୍କୁଲ୍‌ ବୁଲି ସ୍ଥିତି ସମୀକ୍ଷା କରିଥିଲେ।
ସେପଟେ ଲମ୍ବା ପ୍ରତୀକ୍ଷା ପରେ ସ୍କୁଲ୍‌ ଯାଉଥିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ଛାତ୍ରୀଛାତ୍ର ଓ ଶିକ୍ଷକ ଯେପରି କୋଭିଡ୍‌ କଟକଣା ଅନୁଯାୟୀ, ସ୍କୁଲ ଆସିବେ ଓ ପାଠପଢା ହେବ ସେଥିପାଇଁ ସ୍ବତନ୍ତ୍ର ଏସ୍‌ଓପି ଜାରି ହୋଇଛି। ଏହି ଏସ୍‌ଓପି ଅନୁଯାୟୀ, ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନ ଖୋଲିବ। କଣ୍ଟେନ୍‌ମେଣ୍ଟ ଜୋନ୍‌ ଅଞ୍ଚଳରେ ଥିବା ସ୍କୁଲ ଖୋଲିବାକୁ ଅନୁମତି ମିଳିନାହିଁ। ସେହିପରି କାହାକୁ ସ୍କୁଲ ଆସିବାକୁ ବାଧ୍ୟ କରାଯିବନି ବୋଲି କୁହାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ। ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ଜାନୁୟାରୀ ୮ରୁ ଏପ୍ରିଲ ୨୬ ପର୍ଯ୍ୟନ୍ତ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବାକୁ ଥିବା ଦ୍ବାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢା ଜାନୁୟାରୀ ୮ରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ହେବ। ଉଭୟ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନର ପାଠପଢା ହେବ। ଆବଶ୍ୟକସ୍ଥଳେ ଅନ୍ୟଦିନକୁ ଛୁଟି ଦିନ ଘୋଷଣା କରାଯିବ। କୋଭିଡ୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ୧୭ତାରିଖରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ତେବେ ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରୀଛାତ୍ରମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ୍‌ଲାଇନ୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri