ଆଜିଠାରୁ ସ୍କୁଲ

ଭୁବନେଶ୍ୱର,୮ା୧(ବ୍ୟୁରୋ):ଦୀର୍ଘମାସର ପ୍ରତୀକ୍ଷା ପରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବାକୁ ଯାଉଛି। ପ୍ରାୟ ୯ମାସ ଧରି ବନ୍ଦ ରହିବା ପରେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଯିବେ। ଏଥିଲାଗି ନିର୍ଦ୍ଧାରିତ ସମୟ ପୂର୍ବରୁ କ୍ୟାମ୍ପସ ପରିସରରେ ଥିବା ଆସବାବପତ୍ର, ଲାଇବ୍ରେରି, ଲାବରେଟୋରି, ପାଣି ଟାଙ୍କି, ରୋଷେଇ ଘର, ଶୌଚାଳୟ ଓ ସର୍ବସାଧାରଣ ବ୍ୟବହାର ସ୍ଥାନଗୁଡ଼ିକୁ ବିଶୋଧନ କରାଯାଇଛି। ସ୍କୁଲକୁ ସମସ୍ତ ଛାତ୍ରୀଛାତ୍ର ମାସ୍କ ପିନ୍ଧି ଆସିବାକୁ ବାଧ୍ୟତାମୂଳକ କରାଯାଇଥିବାବେଳେ ସ୍କୁଲ ପରିସରରେ ହାତ ଧୋଇବା ଓ ବିଶୋଧନ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ସ୍କୁଲ ଭିତରକୁ ପିଲାଙ୍କ ପ୍ରବେଶ ଓ ପ୍ରାର୍ଥନା ସମୟରେ ୬ ଫୁଟ୍‌ ଦୂରତାରେ ବୃତ୍ତାକାର ଚିହ୍ନ ଅଙ୍କାଯାଇଛି। ପିଲାଙ୍କ ସୁରକ୍ଷା ଲାଗି ସ୍କୁଲର ବିଭିନ୍ନ ସ୍ଥାନରେ କୋଭିଡ୍‌ ସମ୍ପର୍କିତ ହେଲ୍‌ପଲାଇନ୍‌ ନମ୍ବର ଲେଖାଯାଇଛି। ଶ୍ରେଣୀଗୃହ, ଲାଇବ୍ରେରି, କାଫେଟରିଆ, କ୍ୟାଣ୍ଟିନରେ ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା କରିବାର ବ୍ୟବସ୍ଥା କରାଯାଇଛି। ଗୋଟିଏ ଶ୍ରେଣୀଗୃହରେ ସର୍ବାଧିକ ୨୦ରୁ ୨୫ଜଣ ପିଲା ବସିବା ପାଇଁ ବ୍ୟବସ୍ଥା କରାଯାଇଛି। ବୁଲା ଦୋକାନୀଙ୍କୁ ସ୍କୁଲ ପରିସରରେ ବାରଣ କରାଯାଇଥିବା ବେଳେ ନିୟମିତ ସ୍କୁଲର ସଫେଇ ଓ ବିଶୋଧନ କରିବାକୁ କୁହାଯାଇଛି। ସ୍କୁଲ୍‌ ଖୋଲିବା ଅବ୍ୟବହିତ ପୂର୍ବରୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଗୁରୁବାର ଭୁବନେଶ୍ୱରର କେତେକ ସ୍କୁଲ୍‌ ବୁଲି ସ୍ଥିତି ସମୀକ୍ଷା କରିଥିଲେ।
ସେପଟେ ଲମ୍ବା ପ୍ରତୀକ୍ଷା ପରେ ସ୍କୁଲ୍‌ ଯାଉଥିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ଛାତ୍ରୀଛାତ୍ର ଓ ଶିକ୍ଷକ ଯେପରି କୋଭିଡ୍‌ କଟକଣା ଅନୁଯାୟୀ, ସ୍କୁଲ ଆସିବେ ଓ ପାଠପଢା ହେବ ସେଥିପାଇଁ ସ୍ବତନ୍ତ୍ର ଏସ୍‌ଓପି ଜାରି ହୋଇଛି। ଏହି ଏସ୍‌ଓପି ଅନୁଯାୟୀ, ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନ ଖୋଲିବ। କଣ୍ଟେନ୍‌ମେଣ୍ଟ ଜୋନ୍‌ ଅଞ୍ଚଳରେ ଥିବା ସ୍କୁଲ ଖୋଲିବାକୁ ଅନୁମତି ମିଳିନାହିଁ। ସେହିପରି କାହାକୁ ସ୍କୁଲ ଆସିବାକୁ ବାଧ୍ୟ କରାଯିବନି ବୋଲି କୁହାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ। ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ଜାନୁୟାରୀ ୮ରୁ ଏପ୍ରିଲ ୨୬ ପର୍ଯ୍ୟନ୍ତ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବାକୁ ଥିବା ଦ୍ବାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢା ଜାନୁୟାରୀ ୮ରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ହେବ। ଉଭୟ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନର ପାଠପଢା ହେବ। ଆବଶ୍ୟକସ୍ଥଳେ ଅନ୍ୟଦିନକୁ ଛୁଟି ଦିନ ଘୋଷଣା କରାଯିବ। କୋଭିଡ୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ୧୭ତାରିଖରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ତେବେ ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରୀଛାତ୍ରମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ୍‌ଲାଇନ୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri