ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ପ୍ରାଥମିକ ଚିକିତ୍ସା କରାଯାଇଛି।

ଆହତ ଛାତ୍ରଙ୍କ ଅବିଭାବକ ନୀଳ ଖିଲ ଓ ପୂର୍ଣ୍ଣ ଖିଲଙ୍କ ସୂଚନା ମୁତାବକ ଦୁଇ ଶିଶୁ ଘରୁ ସ୍କୁଲ ଯାଇଥିଲେ। ସ୍କୁଲ ଫାଟକ ଧରି ଭିତରକୁ ପ୍ରବେଶ ବେଳେ ଦୁର୍ବଳ ସ୍ଥିତିରେ ଥିବା ଲୁହା ଫାଟକ ସମେତ ସିମେଣ୍ଟ ପାଚେରି ଭୁଶୁଡ଼ି ଦୁଇ ଛାତ୍ରଙ୍କ ଉପରେ ପଡ଼ିଥିଲା। ସଙ୍ଗେ ସଙ୍ଗେ ଗ୍ରାମବାସୀ ଓ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଦୁଇ ଜଣଙ୍କ ଚିକିତ୍ସା ପରେ ବର୍ତ୍ତମାନ ସୁସ୍ଥ ଥିବା ସୂଚନା ଦେଇଛନ୍ତି। ଫାଟକ ଭୁଶୁଡ଼ି ପଡ଼ିବା ନେଇ କର୍ତ୍ତୃପକ୍ଷ ନନ୍ଦପୁର ବ୍ଲକ ଶିକ୍ଷାଧିକାରୀ ଓ ବିଡିଓଙ୍କୁ ଅବଗତ କରିଥିବା ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri