ବିଦ୍ୟାଳୟ ଶୌଚାଳୟରେ ଛାତ୍ରୀଙ୍କୁ ଗଣବଳାତ୍କାର

ନୂଆଦିଲ୍ଲୀ,୬ା୧୦: ଦିଲ୍ଲୀର କେନ୍ଦ୍ରୀୟ ବିଦ୍ୟାଳୟର ଶୌଚାଳୟରେ ଜଣେ ୧୧ ବର୍ଷର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ସାମ୍ନାକୁ ଆସିଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷ ସ୍ବାତୀ ମାଲିଓ୍ବାଲ ଦିଲ୍ଲୀ ପୋଲିସ ତଥା କେନ୍ଦ୍ରୀୟ ବିଦ୍ୟାଳୟର ପ୍ରିନ୍ସପାଲଙ୍କୁ ସ୍କୁଲ ପରିସରରେ ଗଣବଳାତ୍କାର ସମ୍ପର୍କରେ ନୋଟିସ ଜାରି କରିଛନ୍ତି। ଆୟୋଗ ଦେଇଥିବା ସୂଚନାରେ କୁହାଯାଇଛି ଯେ, ୧୧ ବର୍ଷୀୟା ନାବାଳିକା ଅଭିଯୋଗ କରିଛନ୍ତି, ଜୁଲାଇ ୨୦୨୨ରେ ସେ କେନ୍ଦ୍ରୀୟ ବିଦ୍ୟାଳୟରେ ନିଜ ଶ୍ରେଣୀକୁ ଯାଉଥିଲେ। ଯେତେବେଳେ ସେ ଏହି ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଦୁଇ ଛାତ୍ରଙ୍କ ସହ ମୁହାଁମୁହିଁ ହୋଇଥିଲେ।

ସେ କହିଥିଲେ ଯେ,  ଏହି ଛାତ୍ରମାନଙ୍କୁ କ୍ଷମା ମାଗିଥିଲେ। କିନ୍ତୁ ସେମାନେ ତାଙ୍କୁ ଦୁର୍ବ୍ୟବହାର କରିବା ଆରମ୍ଭ କରି ଶୌଚାଳୟ ଭିତରକୁ ନେଇଯାଇଥିଲେ। ସେ ଅଭିଯୋଗ କରିଛନ୍ତି, ପୁଅମାନେ ଶୌଚାଳୟର କବାଟ ଭିତରୁ ତାଲା ପକାଇ ତାଙ୍କୁ ବଳାତ୍କାର କରିଥିଲେ। ସେ କହିଛନ୍ତି, ଯେତେବେଳେ ସେ ଏହି ଘଟଣା ବିଷୟରେ ଜଣେ ଶିକ୍ଷକଙ୍କୁ ସୂଚନା ଦେଇଥିଲେ ସେତେବେଳେ ତାଙ୍କୁ କୁହାଯାଇଥିଲା ଏହି ଛାତ୍ରଦ୍ୱୟଙ୍କୁ ବରଖାସ୍ତ କରାଯାଇଛି ଏବଂ ମାମଲା ଦାୟର କରାଯାଇଛି।

ମହିଳା ଅଧ୍ୟକ୍ଷ ସ୍ବାତୀ କହିଛନ୍ତି, ଦିଲ୍ଲୀର ଏକ ସ୍କୁଲ ଭିତରେ ୧୧ ବର୍ଷର ନାବାଳିକାଙ୍କୁ ବଳାତ୍କାର କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହି ପ୍ରସଙ୍ଗରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଭୂମିକା ମଧ୍ୟ ଅନୁସନ୍ଧାନ କରାଯିବା ଉଚିତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri