ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ବିଲାଇମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରତ୍ନାକର ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ହେମଗିର ବ୍ଲକ ଶିକ୍ଷା ଅଧିକାରୀ (BEO) ଏହି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ନିଲମ୍ବନ ସମୟରେ ତାଙ୍କର ମୁଖ୍ୟାଳୟ ଅର୍ଜୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ ବିନା ଅନୁମତିରେ ସେ ମୁଖ୍ୟାଳୟ ଛାଡ଼ି ଜିଲା ବାହାରକୁ ଯାଇପାରିବେ ନାହିଁ।

ନିୟମ ଅନୁଯାୟୀ ନିଲମ୍ବନ ସମୟରେ ତାଙ୍କୁ କେବଳ ଜୀବିକା ନିର୍ବାହ ଭତ୍ତା ମିଳିବ। ବିଦ୍ୟାଳୟରେ ଛାତ୍ରଙ୍କ ପ୍ରତି ଏପରି ବ୍ୟବହାର ଏବଂ ଶିକ୍ଷାଦାନରେ ଅବହେଳାକୁ ବିଭାଗ ପକ୍ଷରୁ ଗୁରୁତର ସହ ନିଆଯାଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri