ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼,ସୋନପୁରରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି।

ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ବର୍ଷାକୁ ନେଇ ଏବେ ରାଜ୍ୟର ତିନୋଟି ନଦୀରେ ବନ୍ୟା ପରିସ୍ଥିତି  ଦେଖାଦେଇଛି। ସାଳନ୍ଦୀ, ଜଳକା ଓ ବୈତରଣୀରେ ଜଳସ୍ତର ବିପଦ ସଙ୍କେତ  ଡେଇଁଛି। ବନ୍ୟାଜଳ ସହରାଞ୍ଚଳ ଓ ଗାଁଗଣ୍ଡାରେ ପଶିଲାଣି। ଏପରିକି ଭଦ୍ରକ ସମେତ କେତେକ ଜିଲାର ଲୋକେ ଜଳଘେରରେ ରହିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଶ୍ୱସ୍ତ  କରାଯିବା ସହ ସବୁପ୍ରକାର ସ୍ଥିତି ମୁକାବିଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।  ମଙ୍ଗଳବାର ବିଭାଗୀୟ ଅଧିକାରୀଙ୍କ ସହ ଲୋକସେବା ଭବନରେ ସମୀକ୍ଷା ବୈଠକ ପରେ ପୂଜାରୀ ଗଣମାଧ୍ୟମକୁ କହିଛନ୍ତି,  ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ାରେ ଏବେ ବି ବର୍ଷା ଲାଗିରହିଛି। ଉପରମୁଣ୍ଡରେ ବର୍ଷା ହେଉଥିଲେ ହେଁ ରାଜ୍ୟରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ  ବନ୍ୟାକୁ ନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ସାରା ଓଡ଼ିଶାରେ ହାରାହାରି ୪୭.୨ ମିଲିମିଟର ବର୍ଷା ହୋଇଛି। ନୀଳଗିରିରେ ସବୁଠୁ ଅଧିକ ୨୩୯ ମିଲିମିଟର ବର୍ଷା ହୋଇଛି। ୮ଟି ବ୍ଲକରେ ୨୦୦ ମିଲିମିଟର ବର୍ଷା ହୋଇଛି। ଗତ ୮ ଦିନ ଭିତରେ ସ୍ବାଭାବିକଠୁ ୮୪ପ୍ରତିଶତ ଅଧିକ ବର୍ଷା ହୋଇଛି। ଉପରମୁଣ୍ଡରେ ବର୍ଷା ହେଉଛି, ତଳମୁଣ୍ଡରେ ବର୍ଷା କମ୍‌ ଥିବାରୁ ସେମିତି କିଛି ସମସ୍ୟା ନାହିଁ। ୨୪ ଘଣ୍ଟା ଭିତରେ ୭ ଲକ୍ଷ କ୍ୟୁସେକ୍‌ ଜଳ ମୁଣ୍ଡଳୀରେ ପହଞ୍ଚିବ। ଏବେ କିଛି ସମସ୍ୟା ନାହିଁ। ବର୍ତ୍ତମାନ ବୈତରଣୀ, ସାଳନ୍ଦୀ ଓ ଜଳକାରେ ଜଳସ୍ତର ବିପଦ ସଙ୍କେତ ଟପିଛି। ବନ୍ୟାଜଳ ସହରାଞ୍ଚଳରେ ପଶିଛି। ବହୁ ଲୋକ ଜଳଘେରରେ ଅଛନ୍ତି। ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ସେମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏନ୍‌ଡିଆର୍‌ଏଫ୍‌ ଟିମ୍‌ ହାଇ ଆଲର୍ଟ ମଧ୍ୟରେ ଅଛି। ଭଦ୍ରକ ଓ ସୁନ୍ଦରଗଡ଼ର କିଛି ସ୍ଥାନରୁ ଲୋକଙ୍କୁ ଅନ୍ୟ ଜାଗାକୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ପାଣିପାଗ ବିଭାଗର ପ୍ରାକ୍‌ ସୂଚନା ଅନୁଯାୟୀ, ବୁଧବାର ପର୍ଯ୍ୟନ୍ତ ବର୍ଷା ଜାରି ରହିବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଜିଲା ପ୍ରଶାସନ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିୟମିତ ଯୋଗାଯୋଗରେ ଅଛନ୍ତି। ଭଦ୍ରକର ୩୫ ପରିବାର ଏବେ ଜଳଘେରରେ ଅଛନ୍ତି। ବୋଟ୍‌ ଯୋଗେ ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି। ସୁନ୍ଦରଗଡ଼ ଓ ଭଦ୍ରକରେ ସ୍ଥାନାନ୍ତରଣ ପ୍ରକ୍ରିୟା ଜୋର୍‌ଦାର କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।
ମନ୍ତ୍ରୀ ଆହୁରି କହିଛନ୍ତି, ସବୁପ୍ରକାର ପରିସ୍ଥିତିର କିଭଳି ମୁକାବିଲା କରାଯାଇପାରିବ ସେନେଇ ସଜାଗ ରହିବା ଲାଗି ସଂପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣଙ୍କ ଜୀବନ ସୁରକ୍ଷା ସରକାରଙ୍କ ସର୍ବାଧିକ ପ୍ରାଥମିକତା। ଆବଶ୍ୟକ ଅନୁଯାୟୀ ବିପଦପୂର୍ଣ୍ଣ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ରନ୍ଧାଖାଦ୍ୟ, ଶୁଖିଲା ରାଶନ, ପାନୀୟଜଳ ଏବଂ ଅନ୍ୟାନ୍ୟ ଆବଶ୍ୟକ ରିଲିଫ୍‌ ସାମଗ୍ରୀ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସମସ୍ତ ଜରୁରିକାଳୀନ ବିଭାଗ ସମନ୍ବୟ ରକ୍ଷାକରି ଯେକୌଣସି ପରିସ୍ଥିତିର ତ୍ୱରିତ ମୁକାବିଲା କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି। ବୈଠକରେ ଜଳସମ୍ପଦ, ରାଜସ୍ବ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?