ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପିଲାମାନେ ସ୍କୁଲ ନ ଆସିଲେ ମଧ୍ୟ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବା ପାଇଁ କଡ଼ା ନିର୍ଦ୍ଦେଶନାମା ରହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

ସେହିପରି ଆଜି ରାଜ୍ୟର ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେସ୍କୁଲ ଛୁଟି ଘୋଷଣା କରାଯାଇଛି। ସବୁ ସରକାରୀ ଓ ଘରୋଇ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ନିଷ୍ପତ୍ତି ନେଇଛି।

ସୂଚନା ଥାଉକି, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ ୫୭ଟି ବ୍ଲକରେ ୫ ଲକ୍ଷ ୨୬ ହଜାର ୮୦୦ ଲୋକ ପ୍ରଭାବିତ ହୋଇଥିବାବେଳେ ଢେଙ୍କାନାଳରେ ୪ ଏବଂ କେନ୍ଦୁଝରରେ ୨ ଜଣଙ୍କ ମୃତ୍ୟୁ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri