ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି। ଗ୍ରୀଷ୍ମପ୍ରବାହ ପ୍ରବାହକୁ ଆଖି ଆଗରେ ରଖି ଜିଲାପ୍ରଶାସନ ପକ୍ଷରୁ ଜିଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଶିକ୍ଷା ଅଧିକାରୀ ଡକ୍ଟର ମୂରଲୀଧର ବେହେରା ଛୁଟି ଘୋଷଣା କରିଛନ୍ତି ।
ଆସନ୍ତା ୨୩ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ ପ୍ରଥମ ଶ୍ରେଣୀରୁ ଦ୍ବାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ହିଟ୍ୱେଭ୍କୁ ଦୃଷ୍ଟିରେ ରଖି ଜିଲା ଶିକ୍ଷା ଅଧିକାରୀ ଏହି ଘୋଷଣା କରିଛନ୍ତି ।