ଏହି ୪ ବ୍ଲକରେ ସ୍କୁଲ ଛୁଟି ଘୋଷଣା

ଭଦ୍ରକ,୩୦ା୭: ଭଦ୍ରକ ଜିଲାର ୪ ବ୍ଲକରେ ଆଜି ଅର୍ଥାତ୍‌ ବୁଧବାର ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ତିହିଡ଼ି, ଧାମନଗର, ବାସୁଦେବପୁର, ଚାନ୍ଦବାଲି ବ୍ଲକରେ ସମସ୍ତ ସ୍କୁଲ ଆଜି ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ପାଇଁ ଏହି ଛୁଟି ଘୋଷଣା କରାଯାଇଛି।

ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ କଟକ ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି। ଗୁରୁବାର ପର୍ଯ୍ୟନ୍ତ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଅଗଷ୍ଟ ୫ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ଥିବାବେଳେ କୌଣସି ଓ୍ବାର୍ନିଂ ଜାରି କରାଯାଇନାହିଁ। ମଙ୍ଗଳବାର ଟିଟିଲାଗଡ଼ରେ ସର୍ବାଧିକ ୩୯.୦ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ୩୭.୪ ମିମି, ନୂଆପଡ଼ାରେ ୨୩.୦ ମିମି, ବଲାଙ୍ଗୀରରେ ୨୨.୨ ମିମି, ଖୋର୍ଦ୍ଧାରେ ୧୨.୦ ମିମି, ଛତ୍ରପୁର ଓ ବାଲେଶ୍ୱରରେ ୧୦.୬ ମିମି ଲେଖାଏ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri