ଏହି ୪ ବ୍ଲକରେ ସ୍କୁଲ ଛୁଟି ଘୋଷଣା

ଭଦ୍ରକ,୩୦ା୭: ଭଦ୍ରକ ଜିଲାର ୪ ବ୍ଲକରେ ଆଜି ଅର୍ଥାତ୍‌ ବୁଧବାର ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ତିହିଡ଼ି, ଧାମନଗର, ବାସୁଦେବପୁର, ଚାନ୍ଦବାଲି ବ୍ଲକରେ ସମସ୍ତ ସ୍କୁଲ ଆଜି ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ପାଇଁ ଏହି ଛୁଟି ଘୋଷଣା କରାଯାଇଛି।

ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ କଟକ ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି। ଗୁରୁବାର ପର୍ଯ୍ୟନ୍ତ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଅଗଷ୍ଟ ୫ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ଥିବାବେଳେ କୌଣସି ଓ୍ବାର୍ନିଂ ଜାରି କରାଯାଇନାହିଁ। ମଙ୍ଗଳବାର ଟିଟିଲାଗଡ଼ରେ ସର୍ବାଧିକ ୩୯.୦ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ୩୭.୪ ମିମି, ନୂଆପଡ଼ାରେ ୨୩.୦ ମିମି, ବଲାଙ୍ଗୀରରେ ୨୨.୨ ମିମି, ଖୋର୍ଦ୍ଧାରେ ୧୨.୦ ମିମି, ଛତ୍ରପୁର ଓ ବାଲେଶ୍ୱରରେ ୧୦.୬ ମିମି ଲେଖାଏ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri