ଗଞ୍ଜାମରେ ବଢ଼ିଲା ସ୍କୁଲ ଛୁଟି: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଜିଲା ପ୍ରଶାସନର ବଡ଼ ନିଷ୍ପତ୍ତି

ଛତ୍ରପୁର,୨୩।୪(ଦିଲ୍ଲୀପ ସାମଲ): ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ପିଲାମାନଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଛୁଟି ଅବଧିକୁ ଆଉ ୨ ଦିନ ବୃଦ୍ଧି କରାଯାଇଛି। ଅର୍ଥାତ ଏପ୍ରିଲ ୨୪ ଏବଂ ୨୫ ତାରିଖ ସ୍କୁଲ ଛୁଟି ରହିବ।  ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ (Private) ସ୍କୁଲ ବନ୍ଦ ରହିବ।
ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କେବଳ ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାଦାନ ବନ୍ଦ ରହିବ। ମାତ୍ର ବିଦ୍ୟାଳୟର ପ୍ରଶାସନିକ କାର୍ଯ୍ୟ ଏବଂ ଅନ୍ୟାନ୍ୟ ଜରୁରୀକାଳୀନ ସରକାରୀ କାର୍ଯ୍ୟ ସ୍ବାଭାବିକ ଭାବେ ଚାଲୁ ରହିବ। ଏଥିପାଇଁ ଶିକ୍ଷକ ଓ କର୍ମଚାରୀମାନେ ଉପସ୍ଥିତ ରହିବେ।
କହିରଖୁଛୁ, ପୂର୍ବରୁ ଗ୍ରୀଷ୍ମ ପ୍ରବାହକୁ ଦେଖି ଏପ୍ରିଲ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଛୁଟି ଘୋଷଣା କରାଯାଇଥିଲା। କିନ୍ତୁ ଖରାର ପ୍ରକୋପ କମୁ ନ ଥିବାରୁ ଏହାକୁ ଆଉ ଦୁଇ ଦିନ ବଢ଼ାଇବାକୁ ପ୍ରଶାସନ ବାଧ୍ୟ ହୋଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri