ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବ । ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ । ସେହିଭଳି ଜିଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏହି ତିନି ଦିନ ବନ୍ଦ ରହିବା ନେଇ ମଧ୍ୟ ନିର୍ଦ୍ଦେଶନାମା ଜାରି କରାଯାଇଛି। ଲଘୁଚାପ ଜନିତ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ଆଜି ହେବାକୁ ଥିବା ପୂର୍ବ ନିର୍ଦ୍ଧାରିତ ଏନଆରଟିଏସ ପରୀକ୍ଷା ଅନୁଷ୍ଠିତ ହେବ । ସେହିଭଳି ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ ।