ଆଉ ୪ ଦିନ ବଢ଼ିଲା ସ୍କୁଲ ଛୁଟି, ଜାଣନ୍ତୁ କେଉଁଦିନ ଖୋଲିବ

ଧର୍ମଶାଳା,୧୯ା୬(ଶିବ ପ୍ରସାଦ ମହାନ୍ତି): ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଯାଜପୁର ଜିଲାପାଳ ପି.ଅନ୍ବେଷା ରେଡ୍ଡୀ।
ଜିଲାରେ ହଇଜା ଓ ଡାଇରିଆ ସ୍ଥିତିକୁ ନଜରରେ ରଖି ଏପରି ନିଷ୍ପତ୍ତି ନିଆଯାଇଥିବା ଜିଲାପାଳ କହିଛନ୍ତି।

ସୂଚନାଥାଉକି, ଯାଜପୁର ଜିଲାରେ ହଇଜା(କଲେରା) ବ୍ୟାପିବାରେ ଲାଗିଛି। ବୁଧବାର ଆଉ ୧୬ ନମୁନାରେ ହଇଜା (ଭିବ୍ରିଓ କଲେରା) ଚିହ୍ନଟ ହୋଇଥିବା କେନ୍ଦ୍ରୀୟ ଦଳ ପକ୍ଷରୁ ସୂଚନା ମିଳିଛି। ମୋଟ ୪୯ ନମୁନା ଯାଞ୍ଚ ହୋଇଥିବାବେଳେ ସେଥିରୁ ୩୩% ହଇଜା ସଂକ୍ରମିତ ବୋଲି ସ୍ପଷ୍ଟ ହୋଇଛି। ପୂର୍ବରୁ ୧୧ଜଣ ହଇଜାରେ ଆକ୍ରାନ୍ତ ହୋଇଥିଲେ। ବୁଧବାର ରିପୋର୍ଟକୁ ମିଶାଇ ହଇଜା ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୨୭ ହୋଇଛି। ଅନ୍ୟପକ୍ଷେ ହଇଜା ଓ ଡାଇରିଆ ବ୍ୟାପିବାର ଧାରାରେ ପରିବର୍ତ୍ତନ ଆସିଛି। ପୂର୍ବରୁ ବୟସ୍କ ଲୋକମାନେ ହଇଜା ଓ ଡାଇରିଆରେ ଆକ୍ରାନ୍ତ ହେଉଥିବା ବେଳେ ଗତ ୨ ଦିନ ହେଲା ଶିଶୁ ଓ କିଶୋରମାନେ ଏଥିରେ ସଂକ୍ରମିତ ହେଉଛନ୍ତି। ବୁଧବାର ବ୍ୟାସନଗର ପୌରାଞ୍ଚଳର ନହକା ଓ୍ବାର୍ଡର ଜଣେ ୧ ବର୍ଷର ଶିଶୁଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଜନିକ ମୁର୍ମୁ। ଏହାକୁ ମିଶାଇ ଜିଲାରେ ମୃତ୍ୟୁସଂଖ୍ୟା ୨୦ରେ ପହଞ୍ଚିଛି। ନୂଆ ରୋଗୀ ଏବଂ ଡାକ୍ତରଖାନାରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉ ନ ଥିଲେ ହେଁ ମୃତକଙ୍କ ସଂଖ୍ୟା ବଢ଼ିବା ଚିନ୍ତାର କାରଣ ହୋଇଛି। ଏହାକୁ ନିୟନ୍ତ୍ରଣ କରିବାରେ ସ୍ବାସ୍ଥ୍ୟ ବିଭାଗ ଏକପ୍ରକାର ବିଫଳ ହୋଇଛି ବୋଲି ମତପ୍ରକାଶ ପାଇଛି।

ଜିଲାରେ ଦୂଷିତ ଜଳ ଓ ଖାଦ୍ୟ ଦ୍ୱାରା ହଇଜା ବ୍ୟାପୁଥିବା କେନ୍ଦ୍ରୀୟ ଦଳ ପରୋକ୍ଷରେ ସ୍ବୀକାର କରିଛନ୍ତି। ମଙ୍ଗଳବାର ସୁଦ୍ଧା ଜିଲାର ବିଭିନ୍ନ ଡାକ୍ତରଖାନାରେ ୧୭୪ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି। ବୁଧବାର ୧୦୪ ଜଣ ନୂଆ ରୋଗୀ ଭର୍ତ୍ତି ହୋଇଥିବାବେଳେ ସେଥିରୁ ୯ଜଣ ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହାବାଦ୍‌ ୧୧୨ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri