ଆଉ ୪ ଦିନ ବଢ଼ିଲା ସ୍କୁଲ ଛୁଟି, ଜାଣନ୍ତୁ କେଉଁଦିନ ଖୋଲିବ

ଧର୍ମଶାଳା,୧୯ା୬(ଶିବ ପ୍ରସାଦ ମହାନ୍ତି): ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଯାଜପୁର ଜିଲାପାଳ ପି.ଅନ୍ବେଷା ରେଡ୍ଡୀ।
ଜିଲାରେ ହଇଜା ଓ ଡାଇରିଆ ସ୍ଥିତିକୁ ନଜରରେ ରଖି ଏପରି ନିଷ୍ପତ୍ତି ନିଆଯାଇଥିବା ଜିଲାପାଳ କହିଛନ୍ତି।

ସୂଚନାଥାଉକି, ଯାଜପୁର ଜିଲାରେ ହଇଜା(କଲେରା) ବ୍ୟାପିବାରେ ଲାଗିଛି। ବୁଧବାର ଆଉ ୧୬ ନମୁନାରେ ହଇଜା (ଭିବ୍ରିଓ କଲେରା) ଚିହ୍ନଟ ହୋଇଥିବା କେନ୍ଦ୍ରୀୟ ଦଳ ପକ୍ଷରୁ ସୂଚନା ମିଳିଛି। ମୋଟ ୪୯ ନମୁନା ଯାଞ୍ଚ ହୋଇଥିବାବେଳେ ସେଥିରୁ ୩୩% ହଇଜା ସଂକ୍ରମିତ ବୋଲି ସ୍ପଷ୍ଟ ହୋଇଛି। ପୂର୍ବରୁ ୧୧ଜଣ ହଇଜାରେ ଆକ୍ରାନ୍ତ ହୋଇଥିଲେ। ବୁଧବାର ରିପୋର୍ଟକୁ ମିଶାଇ ହଇଜା ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୨୭ ହୋଇଛି। ଅନ୍ୟପକ୍ଷେ ହଇଜା ଓ ଡାଇରିଆ ବ୍ୟାପିବାର ଧାରାରେ ପରିବର୍ତ୍ତନ ଆସିଛି। ପୂର୍ବରୁ ବୟସ୍କ ଲୋକମାନେ ହଇଜା ଓ ଡାଇରିଆରେ ଆକ୍ରାନ୍ତ ହେଉଥିବା ବେଳେ ଗତ ୨ ଦିନ ହେଲା ଶିଶୁ ଓ କିଶୋରମାନେ ଏଥିରେ ସଂକ୍ରମିତ ହେଉଛନ୍ତି। ବୁଧବାର ବ୍ୟାସନଗର ପୌରାଞ୍ଚଳର ନହକା ଓ୍ବାର୍ଡର ଜଣେ ୧ ବର୍ଷର ଶିଶୁଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଜନିକ ମୁର୍ମୁ। ଏହାକୁ ମିଶାଇ ଜିଲାରେ ମୃତ୍ୟୁସଂଖ୍ୟା ୨୦ରେ ପହଞ୍ଚିଛି। ନୂଆ ରୋଗୀ ଏବଂ ଡାକ୍ତରଖାନାରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉ ନ ଥିଲେ ହେଁ ମୃତକଙ୍କ ସଂଖ୍ୟା ବଢ଼ିବା ଚିନ୍ତାର କାରଣ ହୋଇଛି। ଏହାକୁ ନିୟନ୍ତ୍ରଣ କରିବାରେ ସ୍ବାସ୍ଥ୍ୟ ବିଭାଗ ଏକପ୍ରକାର ବିଫଳ ହୋଇଛି ବୋଲି ମତପ୍ରକାଶ ପାଇଛି।

ଜିଲାରେ ଦୂଷିତ ଜଳ ଓ ଖାଦ୍ୟ ଦ୍ୱାରା ହଇଜା ବ୍ୟାପୁଥିବା କେନ୍ଦ୍ରୀୟ ଦଳ ପରୋକ୍ଷରେ ସ୍ବୀକାର କରିଛନ୍ତି। ମଙ୍ଗଳବାର ସୁଦ୍ଧା ଜିଲାର ବିଭିନ୍ନ ଡାକ୍ତରଖାନାରେ ୧୭୪ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି। ବୁଧବାର ୧୦୪ ଜଣ ନୂଆ ରୋଗୀ ଭର୍ତ୍ତି ହୋଇଥିବାବେଳେ ସେଥିରୁ ୯ଜଣ ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହାବାଦ୍‌ ୧୧୨ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?