ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ କେତେକ ଜିଲା ପ୍ରବଳ ଖରା ସଂସ୍ପର୍ଶରେ ଆସିବାରୁ ରକ୍ଷା ପାଇବା ପାଇଁ ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ତାପମାତ୍ରା ବୃଦ୍ଧି ପାଇଁ ପୁରୀ ଜିଲାରେ ସ୍କୁଲ ଛୁଟି ଅବଧି ବଢ଼ାଇଛନ୍ତି ଜିଲାପାଳ। ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଥିବାବେଳେ ୨୨ରୁ ପୁଣି ସ୍କୁଲ ଖୋଲିବ।

ସେହିପରି ଖୋର୍ଦ୍ଧା ଜିଲାରେ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ଏହି ଜିଲାରେ ସକାଳୁଆ ସ୍କୁଲ ହେବ। ଶିଶୁବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ସାଢ଼େ ୬ରୁ ୧୦ଟା ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ। ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ଅନୁଗୋଳ ଜିଲାରେ ଗ୍ରୀଷ୍ମକାଳୀନ ଛୁଟିକୁ ଜୁନ ୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ବେଳେ ଜୁନ ୨୨ ରେ ସ୍କୁଲଗୁଡ଼ିକ ପୁଣି ଖୋଲିବାକୁ ସ୍ଥିର କରାଯାଇଛି। ଜାରି ରହିଥିବା ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଚିନ୍ତା କରି ଏହି ନିଷ୍ପତ୍ତି ନିଆଯାଇଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ସୁବର୍ଣ୍ଣପୁର ଜିଲାରେ ମଧ୍ୟ ସମାନ ନିଷ୍ପତ୍ତି ନିଆଯାଇଛି, ଯେଉଁଠାରେ ଜୁନ ୨୦ ପର୍ଯ୍ୟନ୍ତ ସ୍କୁଲ ଏବଂ କଲେଜଗୁଡ଼ିକ ବନ୍ଦ ରହିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri