ଗଞ୍ଜାମରେ ସ୍କୁଲ ଛୁଟି, ଶିକ୍ଷକ, କର୍ମଚାରୀ ଆସିବେ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହି ସାମୁଦ୍ରିକ ଝଡ଼ ‘ଜୱାଦ’ ଉତ୍ତର- ଉତ୍ତର ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୨୦ କି.ମି. ବେଗରେ ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି। ଏହା ଆନ୍ଧ୍ର ଉପକୂଳ ବିଶାଖାପାଟଣାଠାରୁ ୩୮୦ କି.ମି., ଓଡ଼ିଶା ଉପକୂଳ ଦକ୍ଷିଣ- ଦକ୍ଷିଣ ପୂର୍ବ ଦିଗ ଗୋପାଳପୁରଠାରୁ ୪୨୦ କି.ମି. ଏବଂ ଦକ୍ଷିଣ- ଦକ୍ଷିଣ ପଶ୍ଚିମ ପାରାଦୀପଠାରୁ ୫୫୦ କି.ମି. ଦୂରରେ ରହିଛି। ଏହି ଘୂର୍ଣ୍ଣିଝଡ଼ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରି ଶନିବାର ମଧ୍ୟାହ୍ନରେ ପୁରୀ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉପକୂଳକୁ ଛୁଇଁବା ପୂର୍ବରୁ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ରହିବ। ତେବେ ଉପକୂଳରେ ପହଞ୍ଚିବା ବେଳକୁ ବାତ୍ୟାର ବେଗ ୬୦ରୁ ୮୦ ଏବଂ ବେଳେ ବେଳେ ଏହା ୧୦୦ କି.ମି.କୁ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି। ବାତ୍ୟା ପୁରୀ ଉପକୂଳ ଛୁଇଁବା ପରେ ଏହା ଉତ୍ତର- ଉତ୍ତର ପୂର୍ବ ଦିଗ ଦେଇ ସମୁଦ୍ର କୂଳେ କୂଳେ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇ ଧୀରେ ଧୀରେ ଦୁର୍ବଳ ହୋଇଯିବ।

ଅନ୍ୟପକ୍ଷରେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ମଧ୍ୟ ଜୋରସୋର ପ୍ରସ୍ତୁତି ଚଳାଇଛନ୍ତି। ଉପକୂଳ ଅଞ୍ଚଳରୁ ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହୋଇଛି। ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲାରେ ରବିବାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଯେଉଁମାନେ ଛୁଟିରେ ଅଛନ୍ତି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ସ୍ବରୂପ ଶନିବାର ଜିଲାର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। କେବଳ ପିଲାଙ୍କ ପାଇଁ ସ୍କୁଲ ଛୁଟି ରହିବ। ଶିକ୍ଷକ ଓ ଅନ୍ୟ କର୍ମଚାରୀ ସ୍କୁଲ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri