ଗଞ୍ଜାମରେ ସ୍କୁଲ ଛୁଟି, ଶିକ୍ଷକ, କର୍ମଚାରୀ ଆସିବେ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହି ସାମୁଦ୍ରିକ ଝଡ଼ ‘ଜୱାଦ’ ଉତ୍ତର- ଉତ୍ତର ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୨୦ କି.ମି. ବେଗରେ ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି। ଏହା ଆନ୍ଧ୍ର ଉପକୂଳ ବିଶାଖାପାଟଣାଠାରୁ ୩୮୦ କି.ମି., ଓଡ଼ିଶା ଉପକୂଳ ଦକ୍ଷିଣ- ଦକ୍ଷିଣ ପୂର୍ବ ଦିଗ ଗୋପାଳପୁରଠାରୁ ୪୨୦ କି.ମି. ଏବଂ ଦକ୍ଷିଣ- ଦକ୍ଷିଣ ପଶ୍ଚିମ ପାରାଦୀପଠାରୁ ୫୫୦ କି.ମି. ଦୂରରେ ରହିଛି। ଏହି ଘୂର୍ଣ୍ଣିଝଡ଼ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରି ଶନିବାର ମଧ୍ୟାହ୍ନରେ ପୁରୀ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉପକୂଳକୁ ଛୁଇଁବା ପୂର୍ବରୁ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ରହିବ। ତେବେ ଉପକୂଳରେ ପହଞ୍ଚିବା ବେଳକୁ ବାତ୍ୟାର ବେଗ ୬୦ରୁ ୮୦ ଏବଂ ବେଳେ ବେଳେ ଏହା ୧୦୦ କି.ମି.କୁ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି। ବାତ୍ୟା ପୁରୀ ଉପକୂଳ ଛୁଇଁବା ପରେ ଏହା ଉତ୍ତର- ଉତ୍ତର ପୂର୍ବ ଦିଗ ଦେଇ ସମୁଦ୍ର କୂଳେ କୂଳେ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇ ଧୀରେ ଧୀରେ ଦୁର୍ବଳ ହୋଇଯିବ।

ଅନ୍ୟପକ୍ଷରେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ମଧ୍ୟ ଜୋରସୋର ପ୍ରସ୍ତୁତି ଚଳାଇଛନ୍ତି। ଉପକୂଳ ଅଞ୍ଚଳରୁ ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହୋଇଛି। ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲାରେ ରବିବାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଯେଉଁମାନେ ଛୁଟିରେ ଅଛନ୍ତି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ସ୍ବରୂପ ଶନିବାର ଜିଲାର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। କେବଳ ପିଲାଙ୍କ ପାଇଁ ସ୍କୁଲ ଛୁଟି ରହିବ। ଶିକ୍ଷକ ଓ ଅନ୍ୟ କର୍ମଚାରୀ ସ୍କୁଲ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୩୧ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri