ବଦଳିଲା ସ୍କୁଲ ସମୟ

କଟକ,୬ା୪(କାର୍ତ୍ତିକ ସାହୁ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୮ ତାରିଖ ସୋମବାରଠାରୁ ଜିଲାରେ ବିଦ୍ୟାଳୟ ସମୟସୂଚୀକୁ ପରିବର୍ତ୍ତନ କରାଯାଇଛି। ୧ମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ସକାଳ ୬.୩୦ରୁ ପାଠପଢ଼ା ଆରମ୍ଭ ହୋଇ ପୂର୍ବାହ୍ନ ୧୦.୩୦ରେ ଛୁଟି କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କ ନିର୍ଦ୍ଦେଶ ଆଧାରରେ କଟକ ଜିଲାପାଳ ଜିଲାର ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନଙ୍କୁ ଶନିବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ବିଦ୍ୟାଳୟରେ ପାନୀୟ ଜଳ ଏବଂ ଓଆର୍‌ଏସ୍‌ର ବ୍ୟବସ୍ଥା କରାଯିବା ସହ ଛାତ୍ରୀଛାତ୍ରଙ୍କ ସମସ୍ତ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ଜିଲାପାଳଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri