ବଦଳିବ ସ୍କୁଲ ପାଠପଢ଼ା ସମୟ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ଆଉ ଗୋଟିଏ ଦିନ ପରେ ସ୍କୁଲ ଖୋଲିବ। ପୁଣି ପିଲା ସ୍କୁଲ ଯାଇ ପାଠ ପଢ଼ିବେ। ଗତ ୬ତାରିଖରୁ ଆରମ୍ଭ ହୋଇଥିବା ଖରାଛୁଟି ବା ଗ୍ରୀଷ୍ମଛୁଟି ୧୬ ତାରିଖରେ ଶେଷ ହେବ। ଶୁକ୍ରବାର ରାଜ୍ୟରେ ସମସ୍ତ ସ୍କୁଲ୍‌ ଖୋଲିଯିବ। ତେବେ ସ୍କୁଲ ଖୋଲିବା ପରେ ଆଉ ସକାଳୁଆ ପାଠପଢ଼ା ହେବ ନାହିଁ। ପୂର୍ବରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସକାଳୁଆ କ୍ଲାସ୍‌ ଆରମ୍ଭ ହୋଇଥିଲା। ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପିଲାମାନେ କ୍ଲାସ୍‌ କରୁଥିଲେ।

ମାତ୍ର ୧୭ ତାରିଖରୁ ସ୍କୁଲ ଖୋଲିବା ପରେ ରାଜ୍ୟରେ ପାଠପଢ଼ା ସମୟରେ ପରିବର୍ତ୍ତନ ହେବ। ସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ପୂର୍ବାହ୍ନ ୯ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ୩୦ ଯାଏ ଚାଲିବ। ସେହିପରି ଘରୋଇ ତଥା ସରକାରୀ ସ୍ବୀକୃତିପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ତୃତୀୟଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ୧୦ଟା ୩୦ ଏବଂ ଚତୁର୍ଥରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ଯଦି ଗ୍ରୀଷ୍ମପ୍ରବାହ ଲାଗିରହେ ତେବେ ସ୍କୁଲରେ ପିଲାଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ଦୁଇବର୍ଷ ହେବ ମହାମାରୀ କରୋନା ପାଇଁ ପାଠପଢ଼ା ପ୍ରଭାବିତ ହୋଇଛି। ତେଣୁ ଏହାକୁ ଭରଣା କରିବା ଲାଗି ରାଜ୍ୟ ସରକାର ଖରାଛୁଟିକୁ କମାଇ ଦେଇଥିଲେ। ପୂର୍ବରୁ ପ୍ରାୟ ୨ମାସ ଖରାଛୁଟି ଦିଆଯାଉଥିବାବେଳେ ଏଥର ୬ରୁ ୧୬ତାରିଖ ପର୍ଯ୍ୟନ୍ତ ମାତ୍ର ୧୧ଦିନ ପାଇଁ ଛୁଟି ଦିଆଯାଇଛି। ତେବେ ସ୍କୁଲ ଛୁଟି ହେବା ପୂର୍ବରୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଥିଲା। ତେଣୁ ସକାଳୁଆ ପାଠପଢ଼ା ହେଉଥିଲା। ଏବେ ଯଦିଓ ଗୁଳୁଗୁଳି ହେଉଛି, କିନ୍ତୁ ଗ୍ରୀଷ୍ମପ୍ରବାହ କମିଯାଇଛି। ଏଥିସହିତ ଆସନ୍ତା ୪୮ ଘଣ୍ଟାରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସକାଳୁଆ ପାଠପଢ଼ା ସମୟରେ ପରିବର୍ତ୍ତନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri