ବଦଳିବ ସ୍କୁଲ ପାଠପଢ଼ା ସମୟ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ଆଉ ଗୋଟିଏ ଦିନ ପରେ ସ୍କୁଲ ଖୋଲିବ। ପୁଣି ପିଲା ସ୍କୁଲ ଯାଇ ପାଠ ପଢ଼ିବେ। ଗତ ୬ତାରିଖରୁ ଆରମ୍ଭ ହୋଇଥିବା ଖରାଛୁଟି ବା ଗ୍ରୀଷ୍ମଛୁଟି ୧୬ ତାରିଖରେ ଶେଷ ହେବ। ଶୁକ୍ରବାର ରାଜ୍ୟରେ ସମସ୍ତ ସ୍କୁଲ୍‌ ଖୋଲିଯିବ। ତେବେ ସ୍କୁଲ ଖୋଲିବା ପରେ ଆଉ ସକାଳୁଆ ପାଠପଢ଼ା ହେବ ନାହିଁ। ପୂର୍ବରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସକାଳୁଆ କ୍ଲାସ୍‌ ଆରମ୍ଭ ହୋଇଥିଲା। ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପିଲାମାନେ କ୍ଲାସ୍‌ କରୁଥିଲେ।

ମାତ୍ର ୧୭ ତାରିଖରୁ ସ୍କୁଲ ଖୋଲିବା ପରେ ରାଜ୍ୟରେ ପାଠପଢ଼ା ସମୟରେ ପରିବର୍ତ୍ତନ ହେବ। ସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ପୂର୍ବାହ୍ନ ୯ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ୩୦ ଯାଏ ଚାଲିବ। ସେହିପରି ଘରୋଇ ତଥା ସରକାରୀ ସ୍ବୀକୃତିପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ତୃତୀୟଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ୧୦ଟା ୩୦ ଏବଂ ଚତୁର୍ଥରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ଯଦି ଗ୍ରୀଷ୍ମପ୍ରବାହ ଲାଗିରହେ ତେବେ ସ୍କୁଲରେ ପିଲାଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ଦୁଇବର୍ଷ ହେବ ମହାମାରୀ କରୋନା ପାଇଁ ପାଠପଢ଼ା ପ୍ରଭାବିତ ହୋଇଛି। ତେଣୁ ଏହାକୁ ଭରଣା କରିବା ଲାଗି ରାଜ୍ୟ ସରକାର ଖରାଛୁଟିକୁ କମାଇ ଦେଇଥିଲେ। ପୂର୍ବରୁ ପ୍ରାୟ ୨ମାସ ଖରାଛୁଟି ଦିଆଯାଉଥିବାବେଳେ ଏଥର ୬ରୁ ୧୬ତାରିଖ ପର୍ଯ୍ୟନ୍ତ ମାତ୍ର ୧୧ଦିନ ପାଇଁ ଛୁଟି ଦିଆଯାଇଛି। ତେବେ ସ୍କୁଲ ଛୁଟି ହେବା ପୂର୍ବରୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଥିଲା। ତେଣୁ ସକାଳୁଆ ପାଠପଢ଼ା ହେଉଥିଲା। ଏବେ ଯଦିଓ ଗୁଳୁଗୁଳି ହେଉଛି, କିନ୍ତୁ ଗ୍ରୀଷ୍ମପ୍ରବାହ କମିଯାଇଛି। ଏଥିସହିତ ଆସନ୍ତା ୪୮ ଘଣ୍ଟାରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସକାଳୁଆ ପାଠପଢ଼ା ସମୟରେ ପରିବର୍ତ୍ତନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri