ବିଦ୍ୟାଳୟ ଗୃହ ସିଲିଂ ଭୁଶୁଡ଼ିଲା: ବର୍ତ୍ତିଲେ ଅଙ୍ଗନୱାଡି, ସ୍ବାସ୍ଥ୍ୟ କର୍ମୀ

ଡେରାବିଶ, ୮ା୧୦(ସ୍ବ.ପ୍ର.): ଡେରାବିଶ ବ୍ଲକ ଦାନପୁର ପଞ୍ଚାୟତ ଅନ୍ତର୍ଗତ ଗହଗା ନରସିଂହପୁର ଉପ୍ରା ବିଦ୍ୟାଳୟରେ ଶୁକ୍ରବାର ସମନ୍ବିତ ଶିଶୁ ବିକାଶ ଯୋଜନାର ‘ମମତା ଦିବସ’ ପାଳନ କରାଯାଉଥିଲା। ନରସିଂହପୁର ଗ୍ରାମରେ ଥିବା ଦୁଇ ଅଙ୍ଗନୱାଡି କେନ୍ଦ୍ରର କର୍ମୀ ଲକ୍ଷ୍ମୀପ୍ରିୟା ମଙ୍ଗରାଜ ଓ ମନୋରମା ଜେନା, ସ୍ବାସ୍ଥ୍ୟକର୍ମୀ (ମହିଳା) ଶର୍ମିଷ୍ଠା ନାୟକ ଓ ମାନସୀ ପଲେଇ କାର୍ଯ୍ୟକ୍ରମ ପରିଚାଳନା କରୁଥିଲେ। ଗ୍ରାମର ପ୍ରସୂତି, ଗର୍ଭବତୀ ମହିଳା ଏବଂ ଶିଶୁମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଚାଲିଥିଲା। ଏହି ସମୟରେ ବିଦ୍ୟାଳୟ ଛାତ ତଳେ ହୋଇଥିବା ସିଲିଂଟି ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ସୌଭାଗ୍ୟବଶତଃ ପ୍ରସୂତି, ଗର୍ଭବତୀ ଓ ଶିଶୁମାନେ ବାହାରକୁ ପଳାଇ ଆସିବା ପରେ ଅଙ୍ଗନୱାଡି କର୍ମୀ ଓ ସ୍ବାସ୍ଥ୍ୟକର୍ମୀମାନଙ୍କ ଉପରେ ଏହା ପଡ଼ିଥିଲା। ଏଥିଯୋଗୁ ଏମାନେ ସାମାନ୍ୟ ଆହତ ହୋଇଥିବା ବେଳେ ମହିଳା ଦୁଇ ସ୍ବାସ୍ଥ୍ୟକର୍ମୀ ମୁଣ୍ଡ ଓ ଶରୀରରେ ଆଘାତ ପାଇବା ସହ କ୍ଷତାକ୍ତ ହୋଇଥିଲେ। ଏ ସମ୍ପର୍କରେ ଅଙ୍ଗନୱାଡି କର୍ମୀ ମଙ୍ଗରାଜ ସିଡିପିଓଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସୂଚନାଯୋଗ୍ୟ, ନରସିଂହପୁର ଗ୍ରାମରେ ଅଦ୍ୟାବଧି ଅଙ୍ଗନୱାଡି କେନ୍ଦ୍ରର ଗୃହ ନାହିଁ। ଫଳରେ ଗହଗା ନରସିଂହପୁର ଉପ୍ରା ବିଦ୍ୟାଳୟ ଗୃହକୁ ଅଙ୍ଗନୱାଡି କେନ୍ଦ୍ର ଭାବେ ବ୍ୟବହାର କରାଯାଉଥିଲା। ଏହି ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଶ୍ରେଣୀଗୃହର ସିଲିଂ କରାଯାଇଥିଲା। ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମାତ୍ର ବର୍ଷକ ତଳେ କରାଯାଇଥିବା ଏହି ସିଲିଂ କାର୍ଯ୍ୟ ନିମ୍ନମାନର ହୋଇଥିବାରୁ ତାହା ଭୁଶୁଡ଼ି ପଡ଼ିଥିବା ଗ୍ରାମବାସୀ କହିଛନ୍ତି। ଏହି ଘଟଣା ସମଗ୍ର ବ୍ଲକ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ଏ ସମ୍ପର୍କରେ ବିଡିଓ ନମିତା ବାରିକଙ୍କୁ ପଚାରିବାରୁ ବର୍ଷକ ତଳେ ତିଆରି ହୋଇଥିବା ଏହି ସିଲିଂ କାହିଁ ଭୁଶୁଡ଼ିଲା ସେ ବିଷୟରେ ଅନୁଧ୍ୟାନ ପାଇଁ ବ୍ଲକର ଜଣେ ଯନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଯାଇଛି। ରିପୋର୍ଟ ପାଇବା ପରେ ଯାହାକିଛି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?