ଆଜିଠାରୁ ଖରାଛୁଟି

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର ସମସ୍ତ ସ୍କୁଲ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲଗୁଡ଼ିକ ଖୋଲାଯିବ। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନର ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହୋଇଛି। କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ଅତିକ୍ରମ କରିଛି। ସାଧାରଣତଃ ମେ’ ମାସରେ ଖରାଛୁଟି ଘୋଷଣା କରାଯାଇଥାଏ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଏଥର ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପ୍ରବଳ ତାତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସ୍କୁଲଗୁଡ଼ିକୁ ଛୁଟି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ କ୍ୟାଲେଣ୍ଡର ଅନୁସାରେ ଜୁନ୍‌ ୧୬ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ସ୍କୁଲ ଖୋଲିବା ନେଇ ଯଦି କିଛି ପରିବର୍ତ୍ତନ ଆବଶ୍ୟକ ପଡ଼େ ସେ ନେଇ ପରେ ନିଷ୍ପତ୍ତି ହେବ। ପୂର୍ବ ନିଷ୍ପତ୍ତି ଅନୁସାରେ ଶୁକ୍ରବାର ଅଭିଭାବକ ଓ ଶିକ୍ଷକମାନଙ୍କର ବୈଠକ ସ୍କୁଲରେ ହେବ। କିନ୍ତୁ ଅଭିଭାବକମାନେ ସ୍କୁଲ ଆସିଲା ବେଳେ ପିଲାଙ୍କୁ ସାଙ୍ଗରେ ନ ଆଣିବାକୁ କୁହାଯାଇଛି। ସୂଚନାଯୋଗ୍ୟ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖାଯାଇ ସରକାର ଏପ୍ରିଲ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଥିଲେ। ପରେ ପୁଣି ୧୯ ଓ ୨୦ ତାରିଖ ଦୁଇ ଦିନ ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଥିଲା। ତେବେ ତାତିରୁ ନିସ୍ତାର ମିଳୁ ନ ଥିବାରୁ ସରକାର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri