ଆଜିଠାରୁ ଖରାଛୁଟି

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର ସମସ୍ତ ସ୍କୁଲ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲଗୁଡ଼ିକ ଖୋଲାଯିବ। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନର ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହୋଇଛି। କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ଅତିକ୍ରମ କରିଛି। ସାଧାରଣତଃ ମେ’ ମାସରେ ଖରାଛୁଟି ଘୋଷଣା କରାଯାଇଥାଏ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଏଥର ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପ୍ରବଳ ତାତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସ୍କୁଲଗୁଡ଼ିକୁ ଛୁଟି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ କ୍ୟାଲେଣ୍ଡର ଅନୁସାରେ ଜୁନ୍‌ ୧୬ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ସ୍କୁଲ ଖୋଲିବା ନେଇ ଯଦି କିଛି ପରିବର୍ତ୍ତନ ଆବଶ୍ୟକ ପଡ଼େ ସେ ନେଇ ପରେ ନିଷ୍ପତ୍ତି ହେବ। ପୂର୍ବ ନିଷ୍ପତ୍ତି ଅନୁସାରେ ଶୁକ୍ରବାର ଅଭିଭାବକ ଓ ଶିକ୍ଷକମାନଙ୍କର ବୈଠକ ସ୍କୁଲରେ ହେବ। କିନ୍ତୁ ଅଭିଭାବକମାନେ ସ୍କୁଲ ଆସିଲା ବେଳେ ପିଲାଙ୍କୁ ସାଙ୍ଗରେ ନ ଆଣିବାକୁ କୁହାଯାଇଛି। ସୂଚନାଯୋଗ୍ୟ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖାଯାଇ ସରକାର ଏପ୍ରିଲ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଥିଲେ। ପରେ ପୁଣି ୧୯ ଓ ୨୦ ତାରିଖ ଦୁଇ ଦିନ ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଥିଲା। ତେବେ ତାତିରୁ ନିସ୍ତାର ମିଳୁ ନ ଥିବାରୁ ସରକାର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri