ଶିକ୍ଷକ ବଦଳି ନେଇ ସ୍କୁଲରେ ପଡ଼ିଲା ତାଲା

ନୂଆପଡ଼ା,୫ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ କୁରୁମପୁରି ପଞ୍ଚାୟତ ଦଳଦଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ବଦଳି ନେଇ ସୋମବାର ଅଭିଭାବକମାନେ ଗେଟ୍‌ରେ ତାଲା ପକାଇ ଛାତ୍ରୀଛାତ୍ରଙ୍କୁ ରାସ୍ତାରେ ବସାଇ ଧାରଣା ଦେଇଥିଲେ। ସୂଚନା ଅନୁଯାୟୀ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ୧୨୭ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ୮ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଶିକ୍ଷାଦାନ କରୁଥିଲେ। ଚଳିତ ଶିକ୍ଷକ ବଦଳି ପର୍ବରେ ୩ ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଫଳରେ ଶିଶୁ ବାଟିକାକୁ ମିଶାଇ ୯ ଶ୍ରେଣୀରେ ୫ ଜଣ ଶିକ୍ଷକ କିଭଳି ଶିକ୍ଷାଦାନ କରିବେ ବୋଲି ଗ୍ରାମବାସୀ, ଅଭିଭାବକ ପ୍ରଶ୍ନକରି ଧାରଣା ଦେଇଥିଲେ। କୋମନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମିତା ପଣ୍ଡା ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଧାକାନ୍ତ ତାଣ୍ଡି ଧାରଣାସ୍ଥଳରେ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ନିୟମ ଅନୁଯାୟୀ ବଦଳି ହୋଇଛି। ଛାତ୍ରୀଛାତ୍ର ଓ ଶ୍ରେଣୀ ଅନୁପାତରେ ଶିକ୍ଷକ ଦିଆଯାଉଛି। ଆଉ ଜଣେ ଶିକ୍ଷକ ଦିଆଯିବ ବୋଲି କହିଥିଲେ ମଧ୍ୟ ଅଭିଭାବକମାନେ ୩ଜଣ ଶିକ୍ଷକ ଦେବାକୁ ଅଡିବସିଥିଲେ। ପରେ ଜିଲା ପରିଷଦ ସଭ୍ୟ ଭାନୁ ପ୍ରତାପ ସିଂ ମାଝି, ବୈରବ ସାହୁ ଓ ସୁଧୀର ମିଶ୍ର ଧାରଣାସ୍ଥଳରୁ ଜିଲାପାଳଙ୍କୁ ଫୋନକରି ଜଣାଇବା ସହ ୩ ଜଣ ଶିକ୍ଷକ ଦିଆଯାଉ ବୋଲି ଦାବି କରିଥିଲେ ା ଫୋନ ଯୋଗେ ଜିଲାପାଳ ୨ ଜଣ ଶିକ୍ଷକ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ସ୍କୁଲରେ ୨୪ ଘଣ୍ଟା ଭିତରେ ୨ ଜଣ ଶିକ୍ଷକ ଯୋଗଦାନ ନ କଲେ ପୁଣି ଆନ୍ଦୋଳନ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତ। ଏହି ସମୟରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଫିରୋଜ ଖାନ, ଶିବ ବାଗ, ଚୈତନ ମାଝି, ଡେବିଡ ସାହୁ, ନେହେରୁ ଲୋହାର, ନନ୍ଦୁ ମାଝି, ଫୁଲସିଂ ମାଝି, ଯଶୋଦା ମାଝି, ନନ୍ଦିନୀ ମାଝି, ପ୍ରଭୁଲାଲ ମାଝି ଓ ଗ୍ରାମବାସୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri