ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ପ୍ରତିବାଦରେ ସ୍କୁଲରେ ତାଲା

ମହାକାଳପଡ଼ା, ୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀ ପଞ୍ଚାୟତ ହରିଆବାଙ୍କ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି କରିବା ପ୍ରତିବାଦରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ସଦସ୍ୟ, ଅଭିଭାବକମାନେ ତାଲା ପକାଇ ଦେଇଥିଲେ। ଫଳରେ ଶିକ୍ଷୟିତ୍ରୀମାନେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାହାରେ ବସି ରହିଥିଲେ। ସୁରକ୍ଷା ପାଇଁ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତି ରାଉଳ ୧୧୨କୁ କଲ୍‌ କରି ସହାୟତା ନିବେଦନ କରିଥିଲେ। ପୋଲିସ କଣ୍ଟ୍ରୋଲ ରୁମ୍‌ରୁ ଖବରପାଇ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କ ସହିତ ପୋଲିସ ଟିମ୍‌ ଅପରାହ୍ନ ୪ ଟାରେ ବିଦ୍ୟାଳୟରେ ପହଞ୍ଚତ୍ ତାଲା ଖୋଲିଥିଲେ।
ଏହି ବିଦ୍ୟାଳୟରେ ୮୮ ଛାତ୍ରୀଛାତ୍ର ଶିକ୍ଷାଦାନ କରନ୍ତି। ପୂର୍ବରୁ ବିଦ୍ୟାଳୟରେ ଅବ୍ୟବସ୍ଥା ନେଇ ପରିଚାଳନା କମିଟି ସଦସ୍ୟ, ସିଆରସିସି ଓ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହିତ ଅନ୍ୟ ମୁରବିମାନେ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା। ଏ ନେଇ ପରିଚାଳନା କମିଟି ସଭାପତି, ସଦସ୍ୟ ଓ ଅଭିଭାବକମାନେ ପୂର୍ବାହ୍ନରେ ଶ୍ରେଣୀ ଗୃହରେ ତାଲା ପକାଇବା ସହ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ଫଳରେ ବିଦ୍ୟାଳୟର ଶିକ୍ଷୟିତ୍ରୀମାନେ ବାରଣ୍ଡାରେ ବସିଥିବା ନଜରକୁ ଆସିଥିଲା। ଅପରପକ୍ଷରେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତିଙ୍କୁ ପଚାରିବାରେ ପିଲାମାନଙ୍କୁ ବଣ୍ଟା ଯାଉଥିବା ଲଡୁ ପ୍ରସ୍ତୁତ ଓ ପାଚିକା ସହାୟିକାଙ୍କୁ ନେଇ ସମସ୍ୟା ସୃଷ୍ଟି ହୋଇଛି ବୋଲି ସେ କହିଛନ୍ତି। ଏ ନେଇ ପରିଚାଳନା କମିଟି ସଦସ୍ୟ, ଅଭିଭାବକ ପୋଲିସ ନିକଟରେ ଦାବି କରିଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଏହି ସ୍କୁଲରୁ ଅନ୍ୟତ୍ର ବଦଳାଇବା ପାଇଁ ଦାବି କରିଥିଲେ। ଏ ସଂକ୍ରାନ୍ତରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟରଞ୍ଜନ ବିଶ୍ୱାଳ କହିଛନ୍ତି ଶ୍ରେଣୀ ଗୃହରେ ତାଲାକୁ ଖୋଲାଯାଇଛି। ଯାହା ସମସ୍ୟା ବ୍ଲକ ଶିକ୍ଷା ଅଧିକାରୀଙ୍କ ସହିତ ଆଲୋଚନା କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଲୋକମାନଙ୍କ ସହିତ ଆଲୋଚନା କରିଥିଲେ। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କୁ ପଚାରିବାରେ ଗ୍ରାମବାସୀଙ୍କ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ପୂର୍ବରୁ ଅଭିଯୋଗ କରିଥିଲେ। ତଦନ୍ତ କରି ସମସ୍ୟା ସମାଧାନ କରାଯିବ ବୋଲି କହିଛନ୍ତି। ଗ୍ରାମର ଦୁଇ ନଂ. ୱାର୍ଡ ମେମ୍ବର ଅସୀମା ମିର୍ଦ୍ଧା, ୩ ନମ୍ବର ୱାର୍ଡ ମେମ୍ବର ମଞ୍ଜୁଲତା ପ୍ରଧାନ, ମାଧବୀ ମଣ୍ଡଳ, ଖୁକୁରାଣୀ ମଣ୍ଡଳ, ବାବୁ ପ୍ରଧାନ, ସୁଦର୍ଶନ ପ୍ରଧାନ, ଗୋବିନ୍ଦ ଜାନା, ଦିଗମ୍ବର ପ୍ରଧାନଙ୍କ ସମେତ ବହୁ ସଂଖ୍ୟାରେ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri