ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ପ୍ରତିବାଦରେ ସ୍କୁଲରେ ତାଲା

ମହାକାଳପଡ଼ା, ୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀ ପଞ୍ଚାୟତ ହରିଆବାଙ୍କ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି କରିବା ପ୍ରତିବାଦରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ସଦସ୍ୟ, ଅଭିଭାବକମାନେ ତାଲା ପକାଇ ଦେଇଥିଲେ। ଫଳରେ ଶିକ୍ଷୟିତ୍ରୀମାନେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାହାରେ ବସି ରହିଥିଲେ। ସୁରକ୍ଷା ପାଇଁ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତି ରାଉଳ ୧୧୨କୁ କଲ୍‌ କରି ସହାୟତା ନିବେଦନ କରିଥିଲେ। ପୋଲିସ କଣ୍ଟ୍ରୋଲ ରୁମ୍‌ରୁ ଖବରପାଇ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କ ସହିତ ପୋଲିସ ଟିମ୍‌ ଅପରାହ୍ନ ୪ ଟାରେ ବିଦ୍ୟାଳୟରେ ପହଞ୍ଚତ୍ ତାଲା ଖୋଲିଥିଲେ।
ଏହି ବିଦ୍ୟାଳୟରେ ୮୮ ଛାତ୍ରୀଛାତ୍ର ଶିକ୍ଷାଦାନ କରନ୍ତି। ପୂର୍ବରୁ ବିଦ୍ୟାଳୟରେ ଅବ୍ୟବସ୍ଥା ନେଇ ପରିଚାଳନା କମିଟି ସଦସ୍ୟ, ସିଆରସିସି ଓ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହିତ ଅନ୍ୟ ମୁରବିମାନେ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା। ଏ ନେଇ ପରିଚାଳନା କମିଟି ସଭାପତି, ସଦସ୍ୟ ଓ ଅଭିଭାବକମାନେ ପୂର୍ବାହ୍ନରେ ଶ୍ରେଣୀ ଗୃହରେ ତାଲା ପକାଇବା ସହ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ଫଳରେ ବିଦ୍ୟାଳୟର ଶିକ୍ଷୟିତ୍ରୀମାନେ ବାରଣ୍ଡାରେ ବସିଥିବା ନଜରକୁ ଆସିଥିଲା। ଅପରପକ୍ଷରେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତିଙ୍କୁ ପଚାରିବାରେ ପିଲାମାନଙ୍କୁ ବଣ୍ଟା ଯାଉଥିବା ଲଡୁ ପ୍ରସ୍ତୁତ ଓ ପାଚିକା ସହାୟିକାଙ୍କୁ ନେଇ ସମସ୍ୟା ସୃଷ୍ଟି ହୋଇଛି ବୋଲି ସେ କହିଛନ୍ତି। ଏ ନେଇ ପରିଚାଳନା କମିଟି ସଦସ୍ୟ, ଅଭିଭାବକ ପୋଲିସ ନିକଟରେ ଦାବି କରିଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଏହି ସ୍କୁଲରୁ ଅନ୍ୟତ୍ର ବଦଳାଇବା ପାଇଁ ଦାବି କରିଥିଲେ। ଏ ସଂକ୍ରାନ୍ତରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟରଞ୍ଜନ ବିଶ୍ୱାଳ କହିଛନ୍ତି ଶ୍ରେଣୀ ଗୃହରେ ତାଲାକୁ ଖୋଲାଯାଇଛି। ଯାହା ସମସ୍ୟା ବ୍ଲକ ଶିକ୍ଷା ଅଧିକାରୀଙ୍କ ସହିତ ଆଲୋଚନା କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଲୋକମାନଙ୍କ ସହିତ ଆଲୋଚନା କରିଥିଲେ। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କୁ ପଚାରିବାରେ ଗ୍ରାମବାସୀଙ୍କ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ପୂର୍ବରୁ ଅଭିଯୋଗ କରିଥିଲେ। ତଦନ୍ତ କରି ସମସ୍ୟା ସମାଧାନ କରାଯିବ ବୋଲି କହିଛନ୍ତି। ଗ୍ରାମର ଦୁଇ ନଂ. ୱାର୍ଡ ମେମ୍ବର ଅସୀମା ମିର୍ଦ୍ଧା, ୩ ନମ୍ବର ୱାର୍ଡ ମେମ୍ବର ମଞ୍ଜୁଲତା ପ୍ରଧାନ, ମାଧବୀ ମଣ୍ଡଳ, ଖୁକୁରାଣୀ ମଣ୍ଡଳ, ବାବୁ ପ୍ରଧାନ, ସୁଦର୍ଶନ ପ୍ରଧାନ, ଗୋବିନ୍ଦ ଜାନା, ଦିଗମ୍ବର ପ୍ରଧାନଙ୍କ ସମେତ ବହୁ ସଂଖ୍ୟାରେ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?