ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା

ଭଣ୍ଡାରିପୋଖରୀ, ୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଝୁଟୁଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଶନିବାର ଅଭିଭାବକମାନେ ମୁଖ୍ୟ ଫାଟକରେ ତାଲା ପକାଇବା ସହ ଧାରଣା ଦେଇଥିଲେ। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୧୬୫ ଛାତ୍ରୀଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ମାତ୍ର ୪ ଜଣ ଶିକ୍ଷକ ଅଛନ୍ତି। ଆବଶ୍ୟକତା ଅନୁଯାୟୀ ଶିକ୍ଷକ ଯୋଗାଇବା ପାଇଁ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ବାରମ୍ବାର ଦାବି ସତ୍ତ୍ୱେ ପଦକ୍ଷେପ ନିଆଯାଇ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଛାତ୍ରୀଛାତ୍ର ଅଭିଭାବକମାନଙ୍କ ସହ ଉପସ୍ଥିତ ରହି ଯଥାଶୀଘ୍ର ଶିକ୍ଷକ ନିଯୁକ୍ତି ଲାଗି ଦାବି କରିଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ଓ ସିଆର୍‌ସିସି ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଦୁଇଘଣ୍ଟା ଧରି ଧାରଣା ଚାଲିଥିଲା। ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଜଣେ ଅସ୍ଥାୟୀ ଶିକ୍ଷକଙ୍କୁ ଏଠାରେ ନିଯୁକ୍ତି ଦିଆଯାଇଥିବା ଘୋଷଣା ପରେ ସେମାନେ ଧାରଣାରୁ ଉଠିଥିଲେ। ପରିଚାଳନା କମିଟି ସଭାପତି ନାରାୟଣ ଖୁଣ୍ଟିଆ, ଅଭିଭାବକ ଅଜୟ ଜେନା, ଶିବ ପଣ୍ଡା, ନିରଞ୍ଜନ ଘଡ଼େଇ, ଧନେଶ୍ୱର ବେହେରା, ଭାନୁପ୍ରିୟା ରଣସିଂ, ପାର୍ବତୀ ଜେନା, ସୁକାନ୍ତ ବେହେରା, ସାବିତ୍ରୀ ରାଉତ, ରେଖା ଜେନା ପ୍ରମୁଖ ଏଥିରେ ସାମିଲ ଥିଲେ।
ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ମଞ୍ଜୁବାଳା ନାୟକଙ୍କୁ ପଚାରିବାରୁ ଉକ୍ତ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବା ସ୍ବୀକାର କରିଥିଲେ। ଅଭିଭାବକମାନେ ପୂର୍ବରୁ ଜଣାଇଥିଲେ ସୁଦ୍ଧା ସରକାରଙ୍କ ପକ୍ଷରୁ ଅଧିକ ଶିକ୍ଷକ ନିଯୁକ୍ତି ନ ଥିବାରୁ ଅନେକ ବିଦ୍ୟାଳୟରେ ଏଭଳି ସମସ୍ୟା ଲାଗି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri