Posted inଜାତୀୟ

୧୧ ମାସ ପରେ ସ୍କୁଲ ଆସିଥିବା ପିଲାଙ୍କୁ ପୁଷ୍ପ ବୃଷ୍ଟି କରି କରାଗଲା ସ୍ୱାଗତ

ଲକ୍ଷ୍ନୌ,୧ ।୩: କରୋନା ମାହାମାରୀ କାରଣରୁ ପାଖାପାଖି ୧୧ ମାସ ହେବ ଅଧିକାଂଶ ରାଜ୍ୟରେ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ଦୀର୍ଘଦିନ ପରେ ସ୍କୁଲ ଆସିଥିବା ପିଲାମାନେ ନିଜ ସହପାଠୀଙ୍କୁ ଦେଖି ଆତ୍ମ ବିଭୋର ହୋଇ ପଡିଥିଲେ । ଏହାସହ ପିଲାଙ୍କୁ ସ୍ୱାଗତ କରିବା ଲାଗି ସ୍କୁଲ ମଧ୍ୟ ପ୍ରସ୍ତୁତ ହୋଇ ରହିଥିଲା । କେଉଁଠି ପିଲାଙ୍କୁ କେକ୍ କାଟି ସ୍ୱାଗତ କରାଯାଇଥିଲା ତ ଆଉ କେଉଁଠି ପିଲାଙ୍କ ଉପରେ ପୁଷ୍ପ ବୃଷ୍ଟି କରାଯାଇଥିଲା । ପୁଣି ସ୍କୁଲ ଗୃହକୁ ଓ ପ୍ରବେଶ ପଥକୁ ବେଲୁନ୍ ଲଗାଇ ସଜା ଯାଇଥିଲା । ଏହାସହ କରୋନା ପ୍ରୋଟୋକଲକୁ ବି ପାଳନ କରାଯାଇଥିଲା । ଯେମିତି ସମସ୍ତ ପିଲାଙ୍କ ଥର୍ମାଲ ସ୍କ୍ରିନିଂ ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିଲା । ଏହାସହ ସମସ୍ତ ପିଲାଙ୍କୁ ସାମାଜିକ ଦୂରତା ରକ୍ଷା କରି ବସିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ସରକାରଙ୍କ ନିର୍ଦ୍ଦେଶ କ୍ରମେ କେବଳ ୫୦ ପ୍ରତିଶତ ପିଲା ଗୋଟିଏ ଦିନରେ ଉପସ୍ଥିତ ଥିବା ଦେଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri