ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ନିୟମରେ ପରିବର୍ତ୍ତନ… 

ଭୁବନେଶ୍ୱର,୧୯।୩: ଆଗମୀ ଦିନରେ ରାଜ୍ୟରେ  ଗ୍ରୀଷ୍ମ ପ୍ରବାହ ବଢ଼ିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏବେଠୁ ପ୍ରସ୍ତୁତ ହୁଅ । ସ୍କୁଲ ସମୟ ସାରଣୀରେ ପରିବର୍ତ୍ତନ କର । ଏପରି ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ସାଧାରଣ ନିର୍ବାଚନକୁ ଆଖିରେ ରଖି ଗ୍ରୀଷ୍ମ ପ୍ରବାହ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।
ଏଥିରେ ଗ୍ରୀଷ୍ମ ପ୍ରବାହ ପାଇଁ ଆବଶ୍ୟକ ପଦକ୍ଷେପ ସହ ପାନୀୟ ଜଳ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଅସ୍ଥାୟୀ ଆଶ୍ରୟସ୍ଥଳୀ, ସ୍କୁଲ ଓ ପବ୍ଲିକ ଶିକ୍ଷାନୁଷ୍ଠାନର ସମୟର ସାରଣୀରେ ପରିବର୍ତ୍ତନ କରାଯାଇଛି। ଉନ୍ନତମାନର ମେଡିକାଲ ଜରୁରୀକାଳୀନ ସେବା ଏବଂ ଜନତାଙ୍କ ସ୍ବାସ୍ଥ୍ୟକୁ ଅଧିକ ଗୁରୁତ୍ୱ ଦେବାକୁ କୁହାଯାଇଛି ।
ପ୍ରତିବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରାଯାଇଥାଏ । ସକାଳ ୭ଟାରୁ ୧୧ ମଧ୍ୟରେ ସ୍କୁଲ ହୁଏ । ଏପରିକି ଗତବର୍ଷ ଖରା ଲାଗି ରାଜ୍ୟ ସରକାର ବାଧ୍ୟ ହୋଇ ସ୍କୁଲ ଛୁଟି ଘୋଷଣା କରିଥିଲେ । ଚଳିତବର୍ଷ ମାର୍ଚ୍ଚ ପହିଲାରୁ ଟାଣ ଖରା ହେଲାଣି । ମାତ୍ର ଏଯାଏ ସକାଳୁଆ ସ୍କୁଲ ହୋଇନାହିଁ ।
ମାର୍ଚ୍ଚ ୧୫ରୁ ୨୦ ଯାଏ ସରକାରୀ ସ୍କୁଲରେ ପରୀକ୍ଷା ଚାଲିଥିବାରୁ ସକାଳ ୭ଟାରୁ ୧୧ଟା ଯାଏ ସ୍କୁଲ ଖୋଲାରହୁଛି । ମାତ୍ର ଅନ୍ୟ ବେସରକାରୀ ଓ ଘରୋଇ ସ୍କୁଲ ଏବେ ବି ଦିନ ସାରା ଖୋଲାଯାଉଛି,  ୧୦ଟା ପରେ ପରୀକ୍ଷା ହେଉଛିି । ୨୦ ତାରିଖରେ ପରୀକ୍ଷା ଶେଷ ହେଲେ ପୁଣି ୧୦ଟାରୁ ସ୍କୁଲ ଆରମ୍ଭ ହେବ ବୋଲି ଶିକ୍ଷକମାନେ କହୁଛନ୍ତି । ଗରମରେ ପିଲାମାନେ କିପରି ପିବେ ତାହାକୁ ନେଇ ଅଭିଭାବକମାନେ ପ୍ରଶ୍ନ କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri