ସ୍କୁଲ ଛାତ୍ର ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ଜିଲାପାଳଙ୍କ ଅଫିସ ଘେରାଉ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଳପଡା ପାଟଣା ପ୍ରାଥମିକ ସ୍କୁଲ ପଞ୍ଚମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ସୋମବାର ଜିଲାପାଳଙ୍କ ଅଫିସ ଘେରାଉ କଲେ ଆନ୍ଦୋଳନକାରୀ । ଜିଲାପାଳ ଅଫିସ ଭିତରକୁ ଧସେଇ ପଶିବା ଉଦ୍ୟମ କରି ବ୍ୟର୍ଥ ହୋଇଛନ୍ତି। ତେବେ ପ୍ରାୟ ଏକ ଘଣ୍ଟା ଧରି ଉତ୍ତେଜନା ଲାଗି ରହିଥିଲା।ପରେ ଅପରାହ୍ନ ୧ ଟାରୁ ପ୍ରତିବାଦ ସଭା ଜାରି ରହିଛି।

ଆନ୍ଦୋଳନ ଫଳରେ ପ୍ରାୟ ୨ ଘଣ୍ଟା ଧରି ଜିଲାପାଳ ଅଫିସର ଉଭୟ ପାର୍ଶ୍ଵରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥରେ ଯାତାୟତ ଠପ୍‌ ହୋଇଥିଲା। ଆନ୍ଦୋଳନ ଚାଲୁ ରହିଛି । ଅପରାହ୍ନ ୧୨ଟାରେ ନୟାଗଡ଼ ସହରରେ ଶୋଭାଯାତ୍ରା କରି ଜିଲାପାଳ, ସରକାର, ଦଶପଲା ବିଧାୟକ ଓ ଶିଖା ବିଭାଗର ଅଧିକାରୀଙ୍କ ବିରୋଧରେ ନାରବାଜି କରି ଜିଲାପାଳ ଅଫିସ ଘେରିଛନ୍ତି ।

କହିରଖୁଛୁ ଯେ, ଗତ ୯ତାରିଖରେ ପଞ୍ଚମ ଶ୍ରେଣୀର ଛାତ୍ର ଭୋଲାନାଥ ନାୟକଙ୍କ ମୃତ୍ୟୁ ହୋଇଥିଲା । ମଧ୍ୟାହ୍ନ ଭୋଜନ ଖାଇବା ପରେ ଶୌଚ ହେବାକୁ କହି ନିଖୋଜ ହୋଇଯାଇଥିଲେ। ପର ଦିନ ସ୍କୁଲ ପାଖ ଏକ ପରିତ୍ୟକ୍ତ ଚୁଆରୁ ଛାତ୍ରଙ୍କ ମୃତଦେହ ମିଳିଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri