ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି ଜଣେ ତ କେଉଁଠି ଦୁଇଜଣ ଶିକ୍ଷକଙ୍କ ଉପରେ ସମ୍ପୂର୍ଣ୍ଣ ବିଦ୍ୟାଳୟର ଶିକ୍ଷାଦାନ ନିର୍ଭର କରୁଥିବାରୁ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଏଭଳି ଏକ ପରିସ୍ଥିତି କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ପଞ୍ଚାୟତର କଁଅସିଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ବିଦ୍ୟାଳୟରେ ମୋଟ ୭୬ ଜଣ ଛାତ୍ରଛାତ୍ରୀ ପାଠ ପଢ଼ୁଥିବାବେଳେ ଶିଶୁବାଟିକା ପାଇଁ ଜଣେ ଶିକ୍ଷକ ନିୟୋଜିତ ଅଛନ୍ତି। ଏହାଛଡ଼ା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୩ ଜଣ ଶିକ୍ଷକ ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ଛୁଟି (EL)ରେ ଅଛନ୍ତି। ଫଳରେ ଶିଶୁବାଟିକାକୁ ବାଦ ଦେଲେ ଅବଶିଷ୍ଟ ୮ଟି ଶ୍ରେଣୀର ପାଠପଢ଼ା ମାତ୍ର ୨ଟି ଶ୍ରେଣୀଗୃହରେ ୨ ଜଣ ଶିକ୍ଷକଙ୍କ ଦ୍ୱାରା ପରିଚାଳିତ ହେଉଛି।

ଶିକ୍ଷକ ଅଭାବ ଯୋଗୁ ପିଲାମାନଙ୍କ ପାଠପଢ଼ା ବ୍ୟାହତ ହେଉଥିବାରୁ ଅଭିଭାବକମାନେ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଏହି ସମସ୍ୟାର ତୁରନ୍ତ ସମାଧାନ ନହେଲେ ପିଲାମାନଙ୍କୁ ଆଉ ବିଦ୍ୟାଳୟକୁ ପଠାଇବେ ନାହିଁ ଏବଂ ସେମାନଙ୍କ ଭବିଷ୍ୟତ ସହ ଆଉ ଖେଳିବାକୁ ଦେବେ ନାହିଁ ବୋଲି ସ୍କୁଲ ପରିଚାଳନା କମିଟିର ସଭାପତି କହିଛନ୍ତି।ଏହି ଦାବିକୁ ନେଇ ଗ୍ରାମର ଯୁବ ସଂଗଠନ ସଭାପତି ରୂପେନ୍ଦ୍ର ଭୋଇ, ସ୍କୁଲ ପରିଚାଳନା କମିଟି ସଭାପତି ଅଶୋକ ପୁଟେଲଙ୍କ ସମେତ ଗ୍ରାମର ଶତାଧିକ ମହିଳା ଓ ପୁରୁଷ କର୍ଲାମୁଣ୍ଡା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି।

ଏ ସମ୍ପର୍କରେ କର୍ଲାମୁଣ୍ଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋପମଣି ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଏଭଳି ଶିକ୍ଷକ ଅଭାବ ସମସ୍ୟା ରହିଛି। ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ବିଳମ୍ବ ହୋଇଥିବାରୁ ସ୍ଥିତିର ସୁଧାର ହେବାକୁ ପ୍ରାୟ ତିନି ମାସ ସମୟ ଲାଗିପାରେ।

ଅନ୍ୟପକ୍ଷରେ, ଆସନ୍ତା ୧୫ ଦିନ ମଧ୍ୟରେ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି କରାନଗଲେ ପିଲାମାନଙ୍କୁ ସ୍କୁଲକୁ ପଠାଇବେ ନାହିଁ ଏବଂ ବିଦ୍ୟାଳୟରେ ତାଲା ପକାଇ ଆନ୍ଦୋଳନ କରିବେ ବୋଲି ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?