‘ସ୍କୁଲ ରୂପାନ୍ତରଣ ପିଲାଙ୍କ ସ୍ବପ୍ନରେ ଡେଣା ଯୋଡ଼ିଛି’

ଭୁବନେଶ୍ୱର, ୫।୬(ବ୍ୟୁରୋ): ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା’ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ଼ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତରଣ ପିଲାମାନଙ୍କର ଏହି ସ୍ବପ୍ନରେ ଡେଣା ଯୋଡ଼ିପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶନିବାର ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିବସରେ ମୁଖ୍ୟମନ୍ତ୍ରୀ ୫ଟି ଜିଲାର ୪୪୦ ରୂପାନ୍ତରିତ ସ୍କୁଲକୁ ଲୋକାର୍ପଣ କରିଛନ୍ତି। ଏଥି ମଧ୍ୟରେ କେନ୍ଦୁଝର ଜିଲାର ୧୪୫ ହାଇସ୍କୁଲ, ସୁନ୍ଦରଗଡ଼ର ୧୮୦, ରାୟଗଡ଼ାର ୭୦ ଓ ନୂଆପଡ଼ାର ୪୫ ହାଇସ୍କୁଲ ରହିଛି। ଏହାକୁ ମିଶାଇ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ ହାଇସ୍କୁଲର ରୂପାନ୍ତରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ସ୍କୁଲ ରୂପାନ୍ତରଣ ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ତେଣୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି। ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡ଼ିଶା ଗଠନର ଭିତ୍ତି ସ୍ଥାପିତ ହେବ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ଼ ରୂପାନ୍ତରଣ ଆଣିଥାଏ। ତେଣୁ ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କରି ନିଜ ପାଇଁ, ପରିବାର ପାଇଁ ଓ ପ୍ରିୟ ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏଥିସହ ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ, ଟେକ୍ନୋଲୋଜି, ଟିମ୍‌ ୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ରୂପାନ୍ତର ଆସେ। ଏ ରୂପାନ୍ତରଣ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷୟିତ୍ରୀଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।
କାର୍ଯ୍ୟକ୍ରମରେ ବିଧାୟକ ପ୍ରେମାନନ୍ଦ ନାୟକ, ଜଗନ୍ନାଥ ସାରକା, ରାଜେନ୍ଦ୍ର ଢୋଲକିଆ ଓ ସାରଦା ପ୍ରସାଦ ନାୟକ ପ୍ରମୁଖ ଉଦବୋଧନ ଦେଇ ମାନବ ସମ୍ବଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଦୂରଦର୍ଶୀ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ। ୫-ଟି ସଚିବ ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦୁଝରରୁ ଲକ୍ଷ୍ମୀ, ରାୟଗଡ଼ାରୁ କସ୍ତୁରୀ, ନୂଆପଡ଼ାରୁ ଶୁଭଶ୍ରୀ ଓ ସୁନ୍ଦରଗଡ଼ରୁ ଦେବରାଜ ପ୍ରମୁଖ ଛାତ୍ରୀଛାତ୍ର ସ୍କୁଲ ରୂପାନ୍ତରଣକୁ ନେଇ ସେମାନଙ୍କ ଅନୁଭବ ବର୍ଣ୍ଣନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri