‘ସ୍କୁଲ ରୂପାନ୍ତରଣ ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ, ଏହା ପିଲାଙ୍କ ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ଏହାଦ୍ୱାରା ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି। ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିପାରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ ଜିଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ଏହା କହିଛନ୍ତି। ଏହି ସ୍କୁଲ୍‌ଗୁଡ଼ିକ ମଧ୍ୟରେ କୋରାପୁଟ ଜିଲାର ୯୫ ହାଇସ୍କୁଲ, ଗଜପତିର ୩୧, ସମ୍ବଲପୁରର ୪୦, ବଲାଙ୍ଗୀରର ୧୦୦ ଓ ଯାଜପୁରର ୧୫୦ ହାଇସ୍କୁଲ ରହିଛି। ଏହା ସହିତ ଦ୍ୱିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ଶେଷ ହୋଇଛି। ଦୁଇଟି ପର୍ଯ୍ୟାୟରେ ମୋଟ ୩,୯୮୧ ସ୍କୁଲ ରୂପାନ୍ତରିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧,୦୭୫ ସ୍କୁଲ ରୂପାନ୍ତରିତ ହୋଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨,୯୦୬ ସ୍କୁଲର ରୂପାନ୍ତରଣ ହୋଇଛି। ସ୍କୁଲ ରୂପାନ୍ତର ବାସ୍ତବରେ ଓଡ଼ିଶାର ଭବିଷ୍ୟତର ରୂପାନ୍ତର ପାଇଁ ମୂଳଦୁଆ ପକାଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ପିଲାଙ୍କ ଭିତରେ ମୁଁ ଭବିଷ୍ୟତ ଓଡ଼ିଶାର ଝଲକ ଦେଖିପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ପିଲାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ଅତ୍ୟନ୍ତ ଉତ୍ସାହର ସହିତ ନିଜ ଭବିଷ୍ୟତର ସ୍ବପ୍ନକୁ ଉପସ୍ଥାପନ କରିଥିଲେ। କୋରାପୁଟରୁ ନିବେଦିତା, ଗଜପତିରୁ ରେଶମା, ସମ୍ବଲପୁରରୁ ଆକୃତି, ବଲାଙ୍ଗୀରରୁ ଅଞ୍ଜନେୟ ଏବଂ ଯାଜପୁରରୁ ମନୀଷା ପ୍ରମୁଖ ଛାତ୍ରୀଛାତ୍ର ସେମାନଙ୍କ ବକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ନିଜ ଅନୁଭବ ବର୍ଣ୍ଣନା କରିଥିଲେ।
କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ମନ୍ତ୍ରୀ ଟୁକୁନି ସାହୁ, ରୋହିତ ପୂଜାରୀ, ବିଧାୟକ ଅମର ପ୍ରସାଦ ଶତପଥୀ, ରଘୁରାମ ପଡଲ ଓ ଜିଲା ପରିଷଦ ସଭାପତି ଜି. ତିରୁପତି ରାଓ ପ୍ରମୁଖ ସ୍କୁଲଗୁଡିକର ଅନୁକୂଳ ପରିବେଶ ପିଲା ଓ ଅଭିଭାବକଙ୍କ ଭିତରେ ଭରସା ସୃଷ୍ଟି କରିଛି ବୋଲି କହିଥିଲେ। କାର୍ଯ୍ୟକ୍ରମ ପରିଚାଳନା କରି ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ କହିଲେ, କୋଭିଡ୍‌ ଓ ପଞ୍ଚାୟତ ନିର୍ବାଚନ ପରି ଆହ୍ବାନମୂଳକ ସମୟ ସତ୍ତ୍ୱେ ଦୁଇଟି ପର୍ଯ୍ୟାୟରେ ୩,୯୮୧ଟି ହାଇସ୍କୁଲ ରୂପାନ୍ତରଣ ସଫଳତାର ସହ ଶେଷ ହୋଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଉନ୍ନୟନ କମିଶନର ପ୍ରଦୀପ ଜେନା ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଅନୁପ ସାହ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?