‘ସ୍କୁଲ ରୂପାନ୍ତରଣ ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ, ଏହା ପିଲାଙ୍କ ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ଏହାଦ୍ୱାରା ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି। ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିପାରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ ଜିଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ଏହା କହିଛନ୍ତି। ଏହି ସ୍କୁଲ୍‌ଗୁଡ଼ିକ ମଧ୍ୟରେ କୋରାପୁଟ ଜିଲାର ୯୫ ହାଇସ୍କୁଲ, ଗଜପତିର ୩୧, ସମ୍ବଲପୁରର ୪୦, ବଲାଙ୍ଗୀରର ୧୦୦ ଓ ଯାଜପୁରର ୧୫୦ ହାଇସ୍କୁଲ ରହିଛି। ଏହା ସହିତ ଦ୍ୱିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ଶେଷ ହୋଇଛି। ଦୁଇଟି ପର୍ଯ୍ୟାୟରେ ମୋଟ ୩,୯୮୧ ସ୍କୁଲ ରୂପାନ୍ତରିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧,୦୭୫ ସ୍କୁଲ ରୂପାନ୍ତରିତ ହୋଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨,୯୦୬ ସ୍କୁଲର ରୂପାନ୍ତରଣ ହୋଇଛି। ସ୍କୁଲ ରୂପାନ୍ତର ବାସ୍ତବରେ ଓଡ଼ିଶାର ଭବିଷ୍ୟତର ରୂପାନ୍ତର ପାଇଁ ମୂଳଦୁଆ ପକାଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ପିଲାଙ୍କ ଭିତରେ ମୁଁ ଭବିଷ୍ୟତ ଓଡ଼ିଶାର ଝଲକ ଦେଖିପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ପିଲାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ଅତ୍ୟନ୍ତ ଉତ୍ସାହର ସହିତ ନିଜ ଭବିଷ୍ୟତର ସ୍ବପ୍ନକୁ ଉପସ୍ଥାପନ କରିଥିଲେ। କୋରାପୁଟରୁ ନିବେଦିତା, ଗଜପତିରୁ ରେଶମା, ସମ୍ବଲପୁରରୁ ଆକୃତି, ବଲାଙ୍ଗୀରରୁ ଅଞ୍ଜନେୟ ଏବଂ ଯାଜପୁରରୁ ମନୀଷା ପ୍ରମୁଖ ଛାତ୍ରୀଛାତ୍ର ସେମାନଙ୍କ ବକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ନିଜ ଅନୁଭବ ବର୍ଣ୍ଣନା କରିଥିଲେ।
କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ମନ୍ତ୍ରୀ ଟୁକୁନି ସାହୁ, ରୋହିତ ପୂଜାରୀ, ବିଧାୟକ ଅମର ପ୍ରସାଦ ଶତପଥୀ, ରଘୁରାମ ପଡଲ ଓ ଜିଲା ପରିଷଦ ସଭାପତି ଜି. ତିରୁପତି ରାଓ ପ୍ରମୁଖ ସ୍କୁଲଗୁଡିକର ଅନୁକୂଳ ପରିବେଶ ପିଲା ଓ ଅଭିଭାବକଙ୍କ ଭିତରେ ଭରସା ସୃଷ୍ଟି କରିଛି ବୋଲି କହିଥିଲେ। କାର୍ଯ୍ୟକ୍ରମ ପରିଚାଳନା କରି ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ କହିଲେ, କୋଭିଡ୍‌ ଓ ପଞ୍ଚାୟତ ନିର୍ବାଚନ ପରି ଆହ୍ବାନମୂଳକ ସମୟ ସତ୍ତ୍ୱେ ଦୁଇଟି ପର୍ଯ୍ୟାୟରେ ୩,୯୮୧ଟି ହାଇସ୍କୁଲ ରୂପାନ୍ତରଣ ସଫଳତାର ସହ ଶେଷ ହୋଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଉନ୍ନୟନ କମିଶନର ପ୍ରଦୀପ ଜେନା ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଅନୁପ ସାହ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri