‘ସ୍କୁଲ ରୂପାନ୍ତର ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର,୩୧।୮(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମର ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ସୋମବାର ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସବୁ ଛାତ୍ରୀଛାତ୍ରଙ୍କୁ ଜୀବନରେ ସଫଳ ହେବା ପାଇଁ ଶୁଭେଚ୍ଛା ଓ ଆଶୀର୍ବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହିଞ୍ଜିଳି ଓ ଶେରଗଡ଼ରେ ୫ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ସେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କ ସହିତ କଥା ହୋଇଛନ୍ତି। ସେମାନଙ୍କ ମନୋଭାବକୁ ଲକ୍ଷ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ପିଲାମାନଙ୍କ ମଧ୍ୟରେ ଏ ରୂପାନ୍ତର କାର୍ଯ୍ୟକ୍ରମ ଦୃଢ଼ ଆତ୍ମବିଶ୍ବାସ ସୃଷ୍ଟି କରିଛି। ଏହି ନୂଆ ପରିବେଶ ପିଲାମାନଙ୍କ ମନରେ ମଧ୍ୟ ଏକ ରୂପାନ୍ତର ଆଣିପାରିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଛନ୍ତି। ଲୋକାର୍ପିତ ହୋଇଥିବା ବିଦ୍ୟାଳୟଗୁଡିକ ହେଲା ସତ୍ୟଭାମା ବିଦ୍ୟାପୀଠ,ବଡ଼ଖଣ୍ଡି, ମହାତ୍ମା ଗାନ୍ଧୀ ହାଇସ୍କୁଲ, ଶେରଗଡ, ଖରିଡ଼ା ହାଇସ୍କୁଲ, ଖରିଡ଼ା, ରାମଚନ୍ଦ୍ରପୁର ହାଇସ୍କୁଲ, ରାମଚନ୍ଦ୍ରପୁର, ଶେରଗଡ଼, ମକରଝୋଳ ହାଇସ୍କୁଲ, ମକରଝୋଳ, ବରମୁଣ୍ଡୁଳି ହାଇସ୍କୁଲ, ବରମୁଣ୍ଡୁଳି, କାଞ୍ଜିଆମା ହାଇସ୍କୁଲ, କାଞ୍ଜିଆମା, ତନହର, ବାଳିକା ହାଇସ୍କୁଲ, ପିତ୍ତଳ ପଞ୍ଚାୟତ, ବ୍ରାହ୍ମଣଛାଇ ହାଇସ୍କୁଲ, ବ୍ରାହ୍ମଣଛାଇ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପାକିଡି, ଶେରଗଡ଼ ପଞ୍ଚାୟତ। ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତୁମମାନଙ୍କ ଉପରେ ମୋର ପୂରା ଭରସା ଅଛି। ତୁମେମାନେ ଦିନେ ବଡ଼ହେବ ଓ ଭଲ କାମ କରି ଓଡ଼ିଆ ଜାତିର ଗୌରବ ବଢ଼ାଇବ, ଏ ବିଶ୍ବାସ ଆମ ସମସ୍ତଙ୍କ ଭିତରେ ରହିଛି। ଏହି ଅବସରରେ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏ ରୂପାନ୍ତର କାର୍ଯ୍ୟକ୍ରମ ଶିକ୍ଷକମାନଙ୍କ ଦାୟିତ୍ୱ ବଢ଼ାଇଛି। ପିଲାମାନେ ଯେପରି ଏହି ରୂପାନ୍ତର ସୁଯୋଗର ଠିକ୍‌ ଉପଯୋଗ କରିପାରିବେ, ସେଥିପ୍ରତି ଧ୍ୟାନ ଦେବା ସହିତ ସେମାନଙ୍କୁ ଠିକ୍‌ ଭାବରେ ଗାଇଡ୍‌ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି। ନିଜ ନିଜ ସ୍କୁଲର ଫଳାଫଳକୁ ଶତପ୍ରତିଶତ କରିବାପାଇଁ ଶିକ୍ଷକମାନଙ୍କ ମଧ୍ୟରେ ପ୍ରତିଯୋଗିତା ହେଲେ, ସେ ଖୁସି ହେବେ ବୋଲି କହିଛନ୍ତି।
ଏହି ୫ ଦିନ କାର୍ଯ୍ୟକ୍ରମରେ ପିଲାମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ସେମାନଙ୍କ ମନର ଖୁସି ବ୍ୟକ୍ତ କରିଛନ୍ତି। ଭବିଷ୍ୟତରେ ତୁମେ କ’ଣ ହେବାକୁ ଚାହୁଁଛ ବୋଲି ମୁଖ୍ୟମନ୍ତ୍ରୀ ଯେତେବେଳେ ପଚାରିଥିଲେ, ସେମାନେ ସମସ୍ତେ କିଏ ଡାକ୍ତର, କିଏ ଇଞ୍ଜିନିୟର ତ କିଏ ଶିକ୍ଷକ, ଆଇଏଏସ୍‌, ଆଇପିଏସ୍‌ ଅଫିସର ଓ ସାମ୍ବାଦିକ ତଥା ବିଚାରପତି ହେବେ ବୋଲି କହିଥିଲେ। ସେମାନଙ୍କ ମନରେ ଆତ୍ମବିଶ୍ବାସର ଝଲକ ଭରି ରହିଥିଲା। ଶେଷରେ ଜନସାଧାରଣ ରୂପାନ୍ତର ସ୍କୁଲଗୁଡିକର ଯତ୍ନ ନିଜ ସମ୍ପତ୍ତି ଭଳି ନେବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ମନ୍ତ୍ରିମଣ୍ଡଳର ସଦସ୍ୟ, ଏମ୍‌ପି, ବିଧାୟକମାନେ ସମସ୍ତେ ହିଞ୍ଜିଳିରେ ୫-ଟି ସ୍କୁଲ ଟ୍ରାନ୍ସଫର୍ମେଶନ ସମ୍ପର୍କରେ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ। ଏହାଦ୍ବାରା ଓଡ଼ିଶାର ଭବିଷ୍ୟତ ପାଇଁ ଉଜ୍ଜ୍ୱଳ ସମ୍ଭାବନା ସୃଷ୍ଟି ହୋଇଛି ବୋଲି ସେମାନେ କହିଥିଲେ।
ଏହି ଅବସରରେ ୧୦ଟି ଯାକ ସ୍କୁଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। କାର୍ଯ୍ୟକ୍ରମରେ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରୀଛାତ୍ର, ବର୍ତ୍ତମାନର ଛାତ୍ରୀଛାତ୍ର, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି )ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri