‘ସ୍କୁଲ ରୂପାନ୍ତର ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର,୩୧।୮(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମର ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ସୋମବାର ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସବୁ ଛାତ୍ରୀଛାତ୍ରଙ୍କୁ ଜୀବନରେ ସଫଳ ହେବା ପାଇଁ ଶୁଭେଚ୍ଛା ଓ ଆଶୀର୍ବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହିଞ୍ଜିଳି ଓ ଶେରଗଡ଼ରେ ୫ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ସେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କ ସହିତ କଥା ହୋଇଛନ୍ତି। ସେମାନଙ୍କ ମନୋଭାବକୁ ଲକ୍ଷ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ପିଲାମାନଙ୍କ ମଧ୍ୟରେ ଏ ରୂପାନ୍ତର କାର୍ଯ୍ୟକ୍ରମ ଦୃଢ଼ ଆତ୍ମବିଶ୍ବାସ ସୃଷ୍ଟି କରିଛି। ଏହି ନୂଆ ପରିବେଶ ପିଲାମାନଙ୍କ ମନରେ ମଧ୍ୟ ଏକ ରୂପାନ୍ତର ଆଣିପାରିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଛନ୍ତି। ଲୋକାର୍ପିତ ହୋଇଥିବା ବିଦ୍ୟାଳୟଗୁଡିକ ହେଲା ସତ୍ୟଭାମା ବିଦ୍ୟାପୀଠ,ବଡ଼ଖଣ୍ଡି, ମହାତ୍ମା ଗାନ୍ଧୀ ହାଇସ୍କୁଲ, ଶେରଗଡ, ଖରିଡ଼ା ହାଇସ୍କୁଲ, ଖରିଡ଼ା, ରାମଚନ୍ଦ୍ରପୁର ହାଇସ୍କୁଲ, ରାମଚନ୍ଦ୍ରପୁର, ଶେରଗଡ଼, ମକରଝୋଳ ହାଇସ୍କୁଲ, ମକରଝୋଳ, ବରମୁଣ୍ଡୁଳି ହାଇସ୍କୁଲ, ବରମୁଣ୍ଡୁଳି, କାଞ୍ଜିଆମା ହାଇସ୍କୁଲ, କାଞ୍ଜିଆମା, ତନହର, ବାଳିକା ହାଇସ୍କୁଲ, ପିତ୍ତଳ ପଞ୍ଚାୟତ, ବ୍ରାହ୍ମଣଛାଇ ହାଇସ୍କୁଲ, ବ୍ରାହ୍ମଣଛାଇ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପାକିଡି, ଶେରଗଡ଼ ପଞ୍ଚାୟତ। ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତୁମମାନଙ୍କ ଉପରେ ମୋର ପୂରା ଭରସା ଅଛି। ତୁମେମାନେ ଦିନେ ବଡ଼ହେବ ଓ ଭଲ କାମ କରି ଓଡ଼ିଆ ଜାତିର ଗୌରବ ବଢ଼ାଇବ, ଏ ବିଶ୍ବାସ ଆମ ସମସ୍ତଙ୍କ ଭିତରେ ରହିଛି। ଏହି ଅବସରରେ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏ ରୂପାନ୍ତର କାର୍ଯ୍ୟକ୍ରମ ଶିକ୍ଷକମାନଙ୍କ ଦାୟିତ୍ୱ ବଢ଼ାଇଛି। ପିଲାମାନେ ଯେପରି ଏହି ରୂପାନ୍ତର ସୁଯୋଗର ଠିକ୍‌ ଉପଯୋଗ କରିପାରିବେ, ସେଥିପ୍ରତି ଧ୍ୟାନ ଦେବା ସହିତ ସେମାନଙ୍କୁ ଠିକ୍‌ ଭାବରେ ଗାଇଡ୍‌ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି। ନିଜ ନିଜ ସ୍କୁଲର ଫଳାଫଳକୁ ଶତପ୍ରତିଶତ କରିବାପାଇଁ ଶିକ୍ଷକମାନଙ୍କ ମଧ୍ୟରେ ପ୍ରତିଯୋଗିତା ହେଲେ, ସେ ଖୁସି ହେବେ ବୋଲି କହିଛନ୍ତି।
ଏହି ୫ ଦିନ କାର୍ଯ୍ୟକ୍ରମରେ ପିଲାମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ସେମାନଙ୍କ ମନର ଖୁସି ବ୍ୟକ୍ତ କରିଛନ୍ତି। ଭବିଷ୍ୟତରେ ତୁମେ କ’ଣ ହେବାକୁ ଚାହୁଁଛ ବୋଲି ମୁଖ୍ୟମନ୍ତ୍ରୀ ଯେତେବେଳେ ପଚାରିଥିଲେ, ସେମାନେ ସମସ୍ତେ କିଏ ଡାକ୍ତର, କିଏ ଇଞ୍ଜିନିୟର ତ କିଏ ଶିକ୍ଷକ, ଆଇଏଏସ୍‌, ଆଇପିଏସ୍‌ ଅଫିସର ଓ ସାମ୍ବାଦିକ ତଥା ବିଚାରପତି ହେବେ ବୋଲି କହିଥିଲେ। ସେମାନଙ୍କ ମନରେ ଆତ୍ମବିଶ୍ବାସର ଝଲକ ଭରି ରହିଥିଲା। ଶେଷରେ ଜନସାଧାରଣ ରୂପାନ୍ତର ସ୍କୁଲଗୁଡିକର ଯତ୍ନ ନିଜ ସମ୍ପତ୍ତି ଭଳି ନେବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ମନ୍ତ୍ରିମଣ୍ଡଳର ସଦସ୍ୟ, ଏମ୍‌ପି, ବିଧାୟକମାନେ ସମସ୍ତେ ହିଞ୍ଜିଳିରେ ୫-ଟି ସ୍କୁଲ ଟ୍ରାନ୍ସଫର୍ମେଶନ ସମ୍ପର୍କରେ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ। ଏହାଦ୍ବାରା ଓଡ଼ିଶାର ଭବିଷ୍ୟତ ପାଇଁ ଉଜ୍ଜ୍ୱଳ ସମ୍ଭାବନା ସୃଷ୍ଟି ହୋଇଛି ବୋଲି ସେମାନେ କହିଥିଲେ।
ଏହି ଅବସରରେ ୧୦ଟି ଯାକ ସ୍କୁଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। କାର୍ଯ୍ୟକ୍ରମରେ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରୀଛାତ୍ର, ବର୍ତ୍ତମାନର ଛାତ୍ରୀଛାତ୍ର, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି )ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?