ବଢ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ ଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହ କଲେଜଗୁଡ଼ିକ ୨୦ ଜୁନ ପର୍ଯ୍ୟନ୍ତ ବନ୍ଦ ରହିବ।

କେବଳ ଶିକ୍ଷାନୁଷ୍ଠାନ ନୁହେଁ, ଜିଲାର ସମସ୍ତ ଅଙ୍ଗନଓ୍ୱାଡ଼ି କେନ୍ଦ୍ରକୁ ମଧ୍ୟ ୨୦ ଜୁନ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତାପମାତ୍ରାରେ ଲଗାତାର ବୃଦ୍ଧି ଓ ହିଟ୍‌ ୱେଭ୍‌ ପରିସ୍ଥିତିକୁ ନେଇ ଶିଶୁ ଓ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ଧରି ସୁବର୍ଣ୍ଣପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ଗରମ ଓ ହିଟ୍‌ ୱେଭ୍‌ ଜାରି ରହିଛି। ଏଭଳି ପରିସ୍ଥିତିରେ ସ୍କୁଲ ଓ ଅଙ୍ଗନବାଡ଼ି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଛୁଟି ଅବଧି ବଢ଼ାଇବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି।ପରିସ୍ଥିତିର ସମୀକ୍ଷା ପରେ ପରବର୍ତ୍ତୀ ସମୟରେ ସ୍କୁଲ ଓ କଲେଜ ଖୋଲିବା ନେଇ ନୂଆ ନିଷ୍ପତ୍ତି ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri