ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ ସାଙ୍ଗକୁ ଗୁଳୁଗୁଳି ଲାଗି ରହିଛି । ଦିନର ତାପମାତ୍ରା ଯଦିଓ ସାମାନ୍ୟ ହ୍ରାସ ପାଇଛି । ହେଲେ ଗୁଳୁଗୁଳି ଅଣାୟତ୍ତ କରୁଛି । ତେବେ ଏଭଳି ପରିସ୍ଥିତିରେ ଜୁନ ୧୮ ତାରିଖରେ କିଭଳି ସ୍କୁଲ ଖୋଲିବ ତାହାକୁ ନେଇ ଚିନ୍ତାରେ ଅଭିଭାବକ । କାରଣ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲାଗି ରହିଥିବାରୁ ଛୋଟ ପିଲାମାନେ କିଭଳି ସ୍କୁଲ ଯିବେ ତାହା ବଡ଼ ପ୍ରଶ୍ନ ।

ଗତକାଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ତ ଗଣ୍ଡ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ରଜ ପରେ ଖୋଲିବ ସ୍କୁଲ । ଆସନ୍ତା ଜୁନ ୧୮ ତାରିଖରେ ରାଜ୍ୟରେ ଖୋଲିବ ସ୍କୁଲ ।ଗଣଶିକ୍ଷା ମନ୍ତ୍ରୀ କହିଥିଲେ, ଆଗାମୀ ଦିନରେ ଯଦି ତାପମାତ୍ରା ଅସ୍ୱାଭାବିକ ଭାବେ ବୃଦ୍ଧି ପାଏ କିମ୍ବା ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଉପରେ କୌଣସି ପ୍ରଭାବ ପଡ଼ିବାର ଆଶଙ୍କା ଦେଖାଦିଏ, ତେବେ ସରକାର ପରିସ୍ଥିତିକୁ ସମୀକ୍ଷା କରି ନୂଆ ନିଷ୍ପତ୍ତି ନେଇପାରନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗ୍ରୀଷ୍ମପ୍ରବାହ ଓ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସ୍କୁଲ ଛୁଟିକୁ ବଢ଼ାଇଥିଲେ । ବର୍ତ୍ତମାନ ଜୁନ ୧୮ ତାରିଖ ସ୍କୁଲ ଖୋଲିବ କି ନାହିଁ ତାହା ଉପରେ ନଜର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?