ପତାକା ଉତ୍ତୋଳନ କରିବାକୁ ଆସି ଓଲଟିଲା ସ୍କୁଲ୍‌ ଭ୍ୟାନ୍‌: ଛାତ୍ର ମୃତ ୨୩ ଆହତ

ଆଠଗଡ଼,୨୬।୧: ସାଧାରଣତନ୍ତ୍ର ଦିବସରେ ବଡ଼ ଅଘଟଣ ଘଟିଛି। ପତାକା ଉତ୍ତୋଳନ କରିବା ପାଇଁ ବିଦ୍ୟାଳୟ ଆସୁଥିବା ବେଳେ ଭ୍ୟାନ୍‌ ଓଲଟି ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି ୨୩ଜଣ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି କଟକ ଜିଲା ଉତ୍ତର ବାଙ୍କୀ ବ୍ଲକ ଅନ୍ତର୍ଗତ ମାଳବିହାରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏକ ପିକ୍‌ଅପ୍‌ ଭ୍ୟାନରେ ସରଣ୍ଡା ବିଦ୍ୟାପୀଠକୁ ପ୍ୟାରେଡ ପାଇଁ ଯାଉଥିବା ବେଳେ ନଟିଆବର ନିକଟରେ ଭ୍ୟାନଟି ଓଲଟିପଡ଼ିଥିଲା।
ସେଥିରେଥିବା ପିଲାମାନଙ୍କ ମଧ୍ୟରୁ ୨୩ଜଣ ଆହତ ହୋଇ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ଜଣଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ସେମାନଙ୍କ ମଧ୍ୟରୁ କଟକ ଯାଉଥିବା ବେଳେ ବାଟରେ ମାଧପୁର ନିକଟରେ ସୌମ୍ୟରଞ୍ଜନ ବେହେରାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।ପୋଷ୍ଟମର୍ଟମ ପାଇଁ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଛି। ଆଠଗଡ଼ ଡାକ୍ତରଖାନାରେ ଆଠଗଡ଼ ଉପଜିଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରବିନ୍ଦ୍ର ମଲ୍ଲିକ, ତହସିଲଦାର କ୍ଷେତ୍ର ମୋହନ ସ୍ବାଇଁ ପହଞ୍ଚି ଘଟଣା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସାଇଁ, ଭାଜନା ନେତା ବ୍ରଜେନ୍ଦ୍ରରାୟ ମଧ୍ୟ ଡାକ୍ତରଖାନାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri