ମଧ୍ୟାହ୍ନଭୋଜନ ବନ୍ଦକୁ ନେଇ ସ୍କୁଲରେ ତାଲା

ବଡ଼ସାହି,୪।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦେଉଳିଆ ଗ୍ରାମ ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ବନ୍ଦକୁ ନେଇ ଅସନ୍ତୋଷ ଦେଖାଦେଇଛି। ଶନିବାର ଅଭିଭାବକମାନେ ସ୍କୁଲ ଫାଟକରେ ତାଲା ପକାଇ ଦେଇଥିଲେ। ପ୍ରକାଶ ଯେ, ଶୁକ୍ରବାର ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇ ନ ଥିଲା। ଏ ସମ୍ପର୍କରେ ଜାଣିବା ପରେ ଅଭିଭାବକମାନେ ଶନିବାର ପୂର୍ବାହ୍ନରେ ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଥିଲେ। ପିଲାମାନେ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ହୋଇଥିବା ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ଫଳରେ ଶିକ୍ଷକ ପିଲାମାନଙ୍କୁ ରାସ୍ତା ଉପରେ ଖରାରେ ବସାଇ ଶିକ୍ଷାଦାନ କରିଥିଲେ।
ସମ୍ପର୍କରେ ଦାୟିତ୍ୱରେ ଥିବା ଏବିଓ ପଦ୍ମଲୋଚନ ବେହେରାଙ୍କୁ ପଚାରିବାରୁ ଶିକ୍ଷକଙ୍କ ଆନ୍ତରିକତା ଅଭାବ ଯୋଗୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା କହିଛନ୍ତି। ଅନ୍ୟପକ୍ଷେ ଶିକ୍ଷକ ବିଭାକର ଲେଙ୍କା କହିଛନ୍ତି, ପ୍ରଧାନଶିକ୍ଷକଙ୍କ ଦାୟିତ୍ୱରେ ମଧ୍ୟାହ୍ନ ଭୋଜନ ଥିବାବେଳେ ସେ ଦୁଇମାସ ଧରି ଛୁଟିରେ ଅଛନ୍ତି। ଏଣୁ ଆର୍ଥିକ ଅକ୍ଷମତା ପାଇଁ ମଧ୍ୟାହ୍ନ ଭୋଜନ ରୋଷେଇ ହୋଇପାରି ନାହିଁ। ଶେଷରେ ଦିନ ଗୋଟାଏ ବେଳେ ବ୍ଲକ ଶିକ୍ଷାଧିକାରୀ ଝାଡେଶ୍ୱର ଭୁୟଁା ପହଞ୍ଚି ଅଭିଭାବକମାନଙ୍କୁ ବୁଝାଶୁଝା କରିବା ସହ ଶିକ୍ଷକଙ୍କୁ ଆର୍ଥିକ କ୍ଷମତା ଚିଠି ଦେବା ପରେ ସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri