ଶିକ୍ଷୟିତ୍ରୀଙ୍କ ବଦଳି ଦାବି ନେଇ ସ୍କୁଲରେ ତାଲା

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୪ା୨: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ଜୋର ଧରିଛି। ସୋମବାର ଅଭିଭାବକଙ୍କ ସମେତ ଗ୍ରାମବାସୀ ଏହି ଦାବି ନେଇ ବିଦ୍ୟାଳୟରେ ତାଲା ପକାଇଛନ୍ତି ା
ଗ୍ରାମବାସୀଙ୍କ ଅଭିଯୋଗ ଯେ, ପ୍ରଧାନ ଶିକ୍ଷୟିତ୍ରୀ ପିଲାମାନଙ୍କୁ ଠିକ୍‌ ଭାବରେ ମଧ୍ୟାହ୍ନ ଭୋଜନ ଦେଉନାହାନ୍ତି ା ସେ ୩ ବର୍ଷ ହେବ ଏଠାରେ କାର୍ଯ୍ୟରତ ଅଛନ୍ତି ା ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ବଦଳି ପରେ ପ୍ରାୟ ବର୍ଷେ ହେବ ସେ ପ୍ରଧାନଶିକ୍ଷକ ଦାୟିତ୍ୱରେ ରହିବା ଠାରୁ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଦେଖାଦେଇଛି ା ମଧ୍ୟାହ୍ନଭୋଜନ ସମସ୍ୟା ବିଷୟରେ ପଚାରିଲେ ଗାଳି କରୁଛନ୍ତି ା ଏପରକି ଗାଁର ମହିଳା ଏବଂ ରୋଷେୟାଙ୍କୁ ମଧ୍ୟ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି ବୋଲି ଅଭିଭାବକ ଏବଂ ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ଶିକ୍ଷୟିତ୍ରୀଙ୍କ ଏଭଳି ମନମୁଖୀ କାର୍ଯ୍ୟ କଳାପକୁ ବିରୋଧ କରି ଗ୍ରାମବାସୀ ଗତ କିଛିଦିନ ତଳେ ତାଙ୍କର ବଦଳି ଦାବି କରି ସ୍କୁଲ ଫାଟକରେ ତାଲା ପକାଇଥିଲେ। ଫିରିଙ୍ଗିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋକ କୁମାର ମିଶ୍ର ପହଞ୍ଚି ଗ୍ରାମବାସୀ, ଅଭିଭାବକ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ କଥା ହୋଇ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରିବା ପାଇଁ ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ା ହେଲେ ଏ ପର୍ଯ୍ୟନ୍ତ ତାଙ୍କର ବଦଳି ହୋଇନାହିଁ କି କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ ା ତେଣୁ ବାଧ୍ୟ ହୋଇ ପୁଣି ସ୍କୁଲ ବନ୍ଦ କରିଛୁ ବୋଲି ଗ୍ରାମବାସୀ କହିଛନ୍ତି। ଏ ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ମିଶ୍ରଙ୍କୁ ପଚାରିବାରୁ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ଜଣାଇଥିବା କହିଛନ୍ତି ା ବିଡିଓ ରଶ୍ମିରଂଜନ ମହନ୍ତ ଜିଲାପାଳଙ୍କ ସହ ଯୋଗାଯୋଗ କରି ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବେ ବୋଲି କହିିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri