ଶିକ୍ଷୟିତ୍ରୀଙ୍କ ବଦଳି ଦାବି ନେଇ ସ୍କୁଲରେ ତାଲା

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୪ା୨: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ଜୋର ଧରିଛି। ସୋମବାର ଅଭିଭାବକଙ୍କ ସମେତ ଗ୍ରାମବାସୀ ଏହି ଦାବି ନେଇ ବିଦ୍ୟାଳୟରେ ତାଲା ପକାଇଛନ୍ତି ା
ଗ୍ରାମବାସୀଙ୍କ ଅଭିଯୋଗ ଯେ, ପ୍ରଧାନ ଶିକ୍ଷୟିତ୍ରୀ ପିଲାମାନଙ୍କୁ ଠିକ୍‌ ଭାବରେ ମଧ୍ୟାହ୍ନ ଭୋଜନ ଦେଉନାହାନ୍ତି ା ସେ ୩ ବର୍ଷ ହେବ ଏଠାରେ କାର୍ଯ୍ୟରତ ଅଛନ୍ତି ା ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ବଦଳି ପରେ ପ୍ରାୟ ବର୍ଷେ ହେବ ସେ ପ୍ରଧାନଶିକ୍ଷକ ଦାୟିତ୍ୱରେ ରହିବା ଠାରୁ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଦେଖାଦେଇଛି ା ମଧ୍ୟାହ୍ନଭୋଜନ ସମସ୍ୟା ବିଷୟରେ ପଚାରିଲେ ଗାଳି କରୁଛନ୍ତି ା ଏପରକି ଗାଁର ମହିଳା ଏବଂ ରୋଷେୟାଙ୍କୁ ମଧ୍ୟ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି ବୋଲି ଅଭିଭାବକ ଏବଂ ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ଶିକ୍ଷୟିତ୍ରୀଙ୍କ ଏଭଳି ମନମୁଖୀ କାର୍ଯ୍ୟ କଳାପକୁ ବିରୋଧ କରି ଗ୍ରାମବାସୀ ଗତ କିଛିଦିନ ତଳେ ତାଙ୍କର ବଦଳି ଦାବି କରି ସ୍କୁଲ ଫାଟକରେ ତାଲା ପକାଇଥିଲେ। ଫିରିଙ୍ଗିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋକ କୁମାର ମିଶ୍ର ପହଞ୍ଚି ଗ୍ରାମବାସୀ, ଅଭିଭାବକ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ କଥା ହୋଇ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରିବା ପାଇଁ ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ା ହେଲେ ଏ ପର୍ଯ୍ୟନ୍ତ ତାଙ୍କର ବଦଳି ହୋଇନାହିଁ କି କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ ା ତେଣୁ ବାଧ୍ୟ ହୋଇ ପୁଣି ସ୍କୁଲ ବନ୍ଦ କରିଛୁ ବୋଲି ଗ୍ରାମବାସୀ କହିଛନ୍ତି। ଏ ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ମିଶ୍ରଙ୍କୁ ପଚାରିବାରୁ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ଜଣାଇଥିବା କହିଛନ୍ତି ା ବିଡିଓ ରଶ୍ମିରଂଜନ ମହନ୍ତ ଜିଲାପାଳଙ୍କ ସହ ଯୋଗାଯୋଗ କରି ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବେ ବୋଲି କହିିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?