ଶିକ୍ଷୟିତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମାଡ଼ ଘଟଣା: ଉଭୟଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଆନନ୍ଦପୁର,୨୯। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବେଲବାହାଳି ପଞ୍ଚାୟତ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟକୁ ସୋମବାର ଗ୍ରାମବାସୀ ତାଲା ପକାଇଦେଇଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଓ କନିଷ୍ଠ ଶିକ୍ଷୟିତ୍ରୀଙ୍କ ବଦଳି ଦାବି କରି ଗ୍ରାମବାସୀ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଶନିବାର ବ୍ୟକ୍ତିଗତ ଘଟଣାକୁ କେନ୍ଦ୍ର କରି ଉଭୟ ପ୍ରଧାନ ଶିକ୍ଷୟିତ୍ରୀ ଓ କନିଷ୍ଠ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉଭୟଙ୍କ ପକ୍ଷରୁ ଘସିପୁରା ଥାନାରେ ଲିଖିତ ଅଭିଯୋଗ ମଧ୍ୟ ହୋଇଥିଲା। ପରେ ବିଭାଗୀୟ ଅଧିକାରୀଙ୍କ ହସ୍ତକ୍ଷେପ ପରେ ଆପୋସ ସମାଧାନ ହୋଇଥିଲା। ତେବେ ବିଦ୍ୟାଳୟ ଭଳି ଏକ ପବିତ୍ର ସ୍ଥାନରେ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ଝଗଡା ସୃଷ୍ଟି ହେବା ଓ ମାରପିଟ୍‌ ହେବା ଭଳି ଘଟଣାକୁ ଗ୍ରାମବାସୀ ନାପସନ୍ଦ କରିବା ସହିତ ଉଭୟଙ୍କ ବଦଳି ଦାବି କରିଛନ୍ତି। ପରିସ୍ଥିତି ଉତ୍ତେଜନାପୁର୍ଣ୍ଣ ହେବାରୁ ଘସିପୁରା ପୋଲିସ ପହଞ୍ଚି ଆଇନଶୃଙ୍ଖଳା ଉପରେ ନଜର ରଖିଥିଲେ। ପରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରଘୁନାଥ ବେହେରା ଘଟଣାସ୍ଥଳରେ ପହଞ୍ଚିି ଅଭିଭାବକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଗ୍ରାମବାସୀ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଶନିବାର ସୃଷ୍ଟି ହୋଇଥିବା ଘଟଣାର ତଦନ୍ତ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କହିଥିଲେ। ଅନ୍ୟପକ୍ଷେ ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ପିଲାଙ୍କୁ ବିଦ୍ୟାଳୟକୁ ଛାଡିବେ ନାହିଁ ବୋଲି ଅଭିଭାବକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri