ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି। ଜବତ ଗାଡ଼ିଗୁଡ଼ିକର ଫିଟନେସ୍ ଓ ବୀମା ନଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ଡମପଡ଼ା ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଆଦର୍ଶ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଯାତାୟାତ ପାଇଁ ‘ଆଦିତ୍ୟ’ ନାମରେ ଦୁଇଟି ଘରୋଇ ବସ୍‌ ନିୟୋଜିତ ହୋଇଥିଲା। ତେବେ ଏହି ବସ୍‌ଗୁଡ଼ିକ ଆବଶ୍ୟକ କାଗଜପତ୍ର ବିନା ଚଳାଚଳ କରୁଥିବା ଅଭିଯୋଗ ହୋଇଥିଲା।ଖବର ପାଇ କଟକ ପରିବହନ ବିଭାଗର ଅଧିକାରୀମାନେ ଆଜି ଜାତମୁଣ୍ଡିଆ ଛକ ନିକଟରେ ଚଢ଼ାଉ କରି ଦୁଇଟି ବସ୍‌କୁ ଜବତ କରିଥିଲେ। ପରେ ବସ୍‌ ଦୁଇଟିକୁ ବାଙ୍କୀ ଥାନାକୁ ନିଆଯାଇଥିଲା। ଏହାସହ ଅନ୍ୟ ଏକ ଗାଡ଼ି ମଧ୍ୟ ଜବତ ହୋଇଥିବା ଜଣାପଡ଼ିଛି।

ସମସ୍ତ ଆବଶ୍ୟକ ଦସ୍ତାବିଜ ଯାଞ୍ଚ କରାଯିବା ପରେ ନିୟମ ଅନୁଯାୟୀ ଜରିମାନା ଆଦାୟ ସହ ଆବଶ୍ୟକ ଆଇନଗତ ପଦକ୍ଷେପ ନିଆଯିବ ବୋଲି କଟକ ପରିବହନ ବିଭାଗର ଇନ୍ସପେକ୍ଟର ରଞ୍ଜନ କୁମାର ଦୋରା କହିଛନ୍ତି।

ସୂଚନା ଅନୁସାରେ, ଏହି ବସ୍‌ଗୁଡ଼ିକ ପୂର୍ବରୁ ମଧ୍ୟ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ରହିଛି। ଗତବର୍ଷ ଡିସେମ୍ବର ମାସରେ ମଧ୍ୟ ଏହି ବସ୍‌ଗୁଡ଼ିକୁ ଜବତ କରାଯାଇ ବାଙ୍କୀ ଥାନାରେ ଅଟକ ରଖାଯାଇଥିଲା। ସ୍କୁଲ ଛାତ୍ରୀଛାତ୍ରଙ୍କ ସୁରକ୍ଷିତ ଯାତାୟାତକୁ ନେଇ ପରିବହନ ବିଭାଗର ଏଭଳି ଚଢ଼ାଉକୁ ସ୍ଥାନୀୟ ଅଭିଭାବକମାନେ ସ୍ୱାଗତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri