ସକାଳୁଆ ହେବ ସ୍କୁଲ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଗତକିଛି ଦିନ ଧରି ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ରାଜ୍ୟର ସମସ୍ତ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀର ପାଠପଢ଼ା ସକାଳ ୮ଟା ୩୦ରୁ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ହେବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ ପରିବର୍ତ୍ତେ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ।
ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଓ ପ୍ରତିକାରମୂଳକ ପଦକ୍ଷେପ ନେବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଭାଗୀୟ ସମସ୍ତ ନିର୍ଦ୍ଦେଶକ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖାଯାଇଛି। ଜିଲା ଶିକ୍ଷା ଅଧିକାରୀମାନେ ପଞ୍ଚାୟତିରାଜ ଓ ପାନୀୟ ଜଳବିଭାଗ କିମ୍ବା ପୌର ପରିଷଦ ସହ ଯୋଗାଯୋଗ କରି ଅଚଳ ନଳକୂପଗୁଡ଼ିକର ମରାମତି ସହ ବିଦ୍ୟାଳୟରେ ପାନୀୟ ଜଳ ଉପଲବ୍ଧକୁ ସୁନିଶ୍ଚିତ କରିବେ। ସ୍କୁଲରେ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ଦ୍ୱାରା ପର୍ଯ୍ୟାପ୍ତ ପରିମାଣର ଓଆର୍‌ଏସ୍‌ ଗଚ୍ଛିତ ରଖିବା ବ୍ୟବସ୍ଥା କରାଇବେ। ଯେଉଁ ବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ର ଏବଂ କର୍ମଚାରୀମାନଙ୍କ ପାଇଁ ପରିବହନ ସେବା ଯୋଗାଇ ଦେଉଛନ୍ତି, ସେଗୁଡ଼ିକ କୋଭିଡ୍‌-୧୯ ମାର୍ଗଦର୍ଶିକାର ଅନୁପାଳନ ସହ ଖରାରୁ ଦୂରେଇ ରଖିବା ଭଳି ସେବା ଯୋଗାଇଦେବେ। ଏହା ସହ ପିଲାମାନଙ୍କୁ ପାଣିବୋତଲ ସାଙ୍ଗରେ ଦେବା ପାଇଁ ଅଭିଭାବକମାନଙ୍କୁ ସଚେତନ କରାଯିବ। ପ୍ରଧାନ ଶିକ୍ଷକ ଏବଂ ସ୍କୁଲ ପରିଚାଳନା କମିଟି ଏ ବାବଦରେ ସଚେତନତା ସୃଷ୍ଟି କରିବେ। ପ୍ରଧାନ ଶିକ୍ଷକମାନେ ପିଲାମାନଙ୍କୁ ଗ୍ରୀଷ୍ମପ୍ରବାହରୁ ସୁରକ୍ଷିତ ରହିବା ପାଇଁ ଶିକ୍ଷାଦେବା ସହ ସେମାନଙ୍କୁ ସଚେତନ କରାଇବେ। ପାଠପଢ଼ା ସମୟରେ ପିଲାମାନେ ବାହାରେ ଖରାକୁ ଯିବେ ନାହିଁ କିମ୍ବା କୌଣସି ଖେଳକୁଦ ପରି ଶାରୀରିକ କାର୍ଯ୍ୟ କରିବେ ନାହିଁ। ମାର୍ଚ୍ଚ ୧ରୁ ଏହି ମାର୍ଗଦର୍ଶିକା ଲାଗୁ ହେବ ବୋଲି ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି। ପୂର୍ବରୁ ଜାରି କରାଯାଇଥିବା କୋଭିଡ୍‌ ମାର୍ଗଦର୍ଶିକା ସହିତ ଏହି ମାର୍ଗଦର୍ଶିକାକୁ ପାଳନ କରିବା ପାଇଁ ପତ୍ରରେ ଉଲ୍ଲେଖ କରାଯାଇଛି।
ଉଲ୍ଲେଖଯୋଗ୍ୟ, କରୋନା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିଲା। କରୋନାର କୋପ ସାମାନ୍ୟ କମିବା ପରେ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିଲା। ପରେ ନବମ ଓ ଏକାଦଶ ଶ୍ରେଣୀ ଖୋଲିଥିଲା। କରୋନା ଗାଇଡ୍‌ଲାଇନ୍‌ ଅନୁସାରେ ପାଠପଢ଼ା ଚାଲିଥିଲା। ପ୍ରାଥମିକ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri