ସକାଳୁଆ ହେବ ସ୍କୁଲ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଗତକିଛି ଦିନ ଧରି ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ରାଜ୍ୟର ସମସ୍ତ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀର ପାଠପଢ଼ା ସକାଳ ୮ଟା ୩୦ରୁ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ହେବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ ପରିବର୍ତ୍ତେ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ।
ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଓ ପ୍ରତିକାରମୂଳକ ପଦକ୍ଷେପ ନେବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଭାଗୀୟ ସମସ୍ତ ନିର୍ଦ୍ଦେଶକ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖାଯାଇଛି। ଜିଲା ଶିକ୍ଷା ଅଧିକାରୀମାନେ ପଞ୍ଚାୟତିରାଜ ଓ ପାନୀୟ ଜଳବିଭାଗ କିମ୍ବା ପୌର ପରିଷଦ ସହ ଯୋଗାଯୋଗ କରି ଅଚଳ ନଳକୂପଗୁଡ଼ିକର ମରାମତି ସହ ବିଦ୍ୟାଳୟରେ ପାନୀୟ ଜଳ ଉପଲବ୍ଧକୁ ସୁନିଶ୍ଚିତ କରିବେ। ସ୍କୁଲରେ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ଦ୍ୱାରା ପର୍ଯ୍ୟାପ୍ତ ପରିମାଣର ଓଆର୍‌ଏସ୍‌ ଗଚ୍ଛିତ ରଖିବା ବ୍ୟବସ୍ଥା କରାଇବେ। ଯେଉଁ ବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ର ଏବଂ କର୍ମଚାରୀମାନଙ୍କ ପାଇଁ ପରିବହନ ସେବା ଯୋଗାଇ ଦେଉଛନ୍ତି, ସେଗୁଡ଼ିକ କୋଭିଡ୍‌-୧୯ ମାର୍ଗଦର୍ଶିକାର ଅନୁପାଳନ ସହ ଖରାରୁ ଦୂରେଇ ରଖିବା ଭଳି ସେବା ଯୋଗାଇଦେବେ। ଏହା ସହ ପିଲାମାନଙ୍କୁ ପାଣିବୋତଲ ସାଙ୍ଗରେ ଦେବା ପାଇଁ ଅଭିଭାବକମାନଙ୍କୁ ସଚେତନ କରାଯିବ। ପ୍ରଧାନ ଶିକ୍ଷକ ଏବଂ ସ୍କୁଲ ପରିଚାଳନା କମିଟି ଏ ବାବଦରେ ସଚେତନତା ସୃଷ୍ଟି କରିବେ। ପ୍ରଧାନ ଶିକ୍ଷକମାନେ ପିଲାମାନଙ୍କୁ ଗ୍ରୀଷ୍ମପ୍ରବାହରୁ ସୁରକ୍ଷିତ ରହିବା ପାଇଁ ଶିକ୍ଷାଦେବା ସହ ସେମାନଙ୍କୁ ସଚେତନ କରାଇବେ। ପାଠପଢ଼ା ସମୟରେ ପିଲାମାନେ ବାହାରେ ଖରାକୁ ଯିବେ ନାହିଁ କିମ୍ବା କୌଣସି ଖେଳକୁଦ ପରି ଶାରୀରିକ କାର୍ଯ୍ୟ କରିବେ ନାହିଁ। ମାର୍ଚ୍ଚ ୧ରୁ ଏହି ମାର୍ଗଦର୍ଶିକା ଲାଗୁ ହେବ ବୋଲି ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି। ପୂର୍ବରୁ ଜାରି କରାଯାଇଥିବା କୋଭିଡ୍‌ ମାର୍ଗଦର୍ଶିକା ସହିତ ଏହି ମାର୍ଗଦର୍ଶିକାକୁ ପାଳନ କରିବା ପାଇଁ ପତ୍ରରେ ଉଲ୍ଲେଖ କରାଯାଇଛି।
ଉଲ୍ଲେଖଯୋଗ୍ୟ, କରୋନା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିଲା। କରୋନାର କୋପ ସାମାନ୍ୟ କମିବା ପରେ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିଲା। ପରେ ନବମ ଓ ଏକାଦଶ ଶ୍ରେଣୀ ଖୋଲିଥିଲା। କରୋନା ଗାଇଡ୍‌ଲାଇନ୍‌ ଅନୁସାରେ ପାଠପଢ଼ା ଚାଲିଥିଲା। ପ୍ରାଥମିକ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳ ସ୍ଥିତି ପରଖିଲେ ଜଳସମ୍ପଦ ପ୍ରମୁଖ ସଚିବ, ବିପର୍ଯ୍ୟସ୍ତର ବାସ୍ତବ ଚିତ୍ର ଦେଖି…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ…

ସୃଷ୍ଟି ହେଲା ଅବପାତ: IMD ଡିଜି କହିଲେ ଆଜି ରାତି ସୁଦ୍ଧା ଗଭୀର ଅବପାତ, ଆସନ୍ତାକାଲି ବାତ୍ୟା, ପବନର ବେଗ ରହିବ…

ଭୁବନେଶ୍ୱର,୩୧ା୧୦: ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ କ୍ଷୟକ୍ଷତି ହୋଇଥିବାବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଅବପାତ। ଏନେଇ IMD ଡିଜି ମୃତ୍ୟୁଞ୍ଜୟ…

ସଫଳତା ପାଇବା ପାଇଁ ହେଲେ ମଣିଷକୁ ହରିଣ ଶିକାରୀ ପରି ହେବା ଉଚିତ୍‌, ଜାଣନ୍ତୁ ଏପରି ରହସ୍ୟ କଥା କାହିଁକି କହିଛନ୍ତି ଚାଣକ୍ୟ…

ଜଣେ ବ୍ୟକ୍ତି ଯେତେବେଳେ ନିଜର କାର୍ଯ୍ୟ ଏବଂ ଲକ୍ଷ୍ୟରେ ସଫଳ ହୁଏ, ସେତେବେଳେ ହିଁ ଏକ ସୁଖୀ ଜୀବନ ସମ୍ଭବ ହୋଇଥାଏ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ…

ଅପରାଧ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ, ଫୋନ୍‌ କଲ୍‌ ପ୍ରତି…

ପାଟଣା,୩୧ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଶନିବାର ‘ଆମ ପୋଲିସ’ ସମିତି, ନିଶାମୁକ୍ତ ଭାରତ ପାଇଁ ଶପଥ ପାଠ, ରାଷ୍ଟ୍ରୀୟ ଏକତା ଦିବସ…

ରିଲିଜ ପୂର୍ବରୁ ରେକର୍ଡ ଭାଙ୍ଗିଲା ଶାହରୁଖଙ୍କ ‘କିଙ୍ଗ’, ବଢୁଛି ଉତ୍ସାହ

ମୁମ୍ବାଇ: ବଲିଉଡ୍‌ର ବାଦଶାହ ଶାହରୁଖ ଖାନଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଏବେଠାରୁ ଜୋରଦାର ଚର୍ଚ୍ଚା। ଫିଲ୍ମ ରିଲିଜ ହେବା ପୂର୍ବରୁ ହିଁ ଏହା ଏକ ବଡ଼…

ବିଦ୍ୟାଭାରତୀଙ୍କୁ ଝଟକା: ଏଥର ହେବେ ବନ୍ଧା!

ବାରିପଦା/ଭୁବନେଶ୍ୱର, ୩୧।୧୦: ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଅଡ଼ୁଆ ବଢ଼ିଛି। ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ…

ଗଞ୍ଜାମ ପୋଲିସ ପକ୍ଷରୁ ‘ରନ୍ ଫର୍ ୟୁନିଟି’ ଓ ‘ନିଶାମୁକ୍ତ ଓଡ଼ିଶା’

ଛତ୍ରପୁର, ୩୧।୧୦ (ଦିଲ୍ଲୀପ ସାମଲ): ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗଞ୍ଜାମ ପୋଲିସ ପକ୍ଷରୁ ‘ରନ୍ ଫର୍…

ନଭେମ୍ୱର ୧ରୁ ବଦଳିବ ଟଙ୍କା-ପଇସା ସହ ଜଡ଼ିତ ଏହି ସବୁ ବଡ଼ ନିୟମ: ପେନଶନଭୋଗୀଙ୍କ ଠାରୁ ସାଲାରୀ କର୍ମଚାରୀଙ୍କ ପର୍ଯ୍ୟନ୍ତ ପଡ଼ିବ ସିଧା ପ୍ରଭାବ

ନୂଆଦୀଲ୍ଲୀ,୩୧।୧୦: ନଭେମ୍ୱର ମାସ ଆରମ୍ଭ ହେବା ମାତ୍ରେ ଟଙ୍କା ଏବଂ ଟିକସ ସମ୍ୱନ୍ଧୀୟ ବଡ଼ ଧରଣର ପରିବର୍ତ୍ତନ ଘଟିବାକୁ ଯାଉଛି। ଏହାର ସିଧାସଳଖ ପ୍ରଭାବ ପେନସନଭୋଗୀ, ଟିକସଦାତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?