ଆଜିଠୁ ସ୍ବାଭାବିକ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୪।୬ (ଅସମାପିକା ସାହୁ):ରାଜ୍ୟରେ ଏବେ ପାଗ ଅନୁକୂଳ ରହିଛି। ତେଣୁ ସୋମବାରଠାରୁ ସ୍କୁଲ ସ୍ବାଭାବିକ ସମୟରେ ଚାଲିବ। ଏ ନେଇ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବରୁ ଖରା ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ସାଢ଼େ ୧୦ଟା ଯାଏ ସ୍କୁଲ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ଏବେ ରାଜ୍ୟରେ ପାଗ ଅନୁକୂଳ ରହିଛି। ତେଣୁ ସୋମବାରରୁ ସ୍କୁଲ ପୂର୍ବଭଳି ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ମନ୍ତ୍ରୀ ଗଣିତ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଗଣିତ ଶିକ୍ଷକଙ୍କୁ ବ୍ଲକସ୍ତରରେ ପ୍ରଶିକ୍ଷଣ ଦିଆଯିବ ଏହାଦ୍ୱାରା ଗଣିତରେ ଛାତ୍ରୀଛାତ୍ରଙ୍କ ଭଲ ଜ୍ଞାନ ଆସିବ ବୋଲି ମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଗ୍ରୀଷ୍ମ ଅବକାଶ ପରେ ଗତ ୧୮ତାରିଖ ଦିନ ସ୍କୁଲ ଖୋଲିଥିଲା। ହେଲେ ଖରା ଓ ଗୁଳୁଗୁଳି ଜାରି ରହିଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ଜିଲାପାଳମାନଙ୍କୁ ଦେଇଥିଲେ। ତେଣୁ ରାଜ୍ୟର ସବୁ ଜିଲାରେ ସ୍କୁଲ ଖୋଲି ନ ଥିଲା। ଯେଉଁ ଜିଲାରେ ସ୍କୁଲଗୁଡ଼ିକ ଖୋଲା ଯାଇଥିଲା, ସେଠାରେ ସକାଳୁଆ ହୋଇଥିଲା। ଭଦ୍ରକ, ଗଞ୍ଜାମ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ଗଜପତି ଓ ମୟୂରଭଞ୍ଜରେ ଜିଲାପାଳମାନେ ୨୦ ତାରିଖ ଯାଏ ଛୁଟି ଘୋଷଣା କରିଥିଲେ। ନୟାଗଡ଼ ଜିଲାରେ ୧୯ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଥିଲା। ଏହାପରେ ୨୦ରୁ ୨୨ ପର୍ଯ୍ୟନ୍ତ ସକାଳ ସାଢ଼େ ୬ରୁ ସାଢ଼େ ୧୦ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ ବୋଲି ସ୍ଥାନୀୟ ଜିଲାପାଳମାନେ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୩ ନାମଲେଖା: ଆଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ...

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୭ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ...

ଏଏସ୍‌ଓ: ମାଡ଼ଖାଇ ବଦଳି

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ...

ବାହୁଡ଼ିଲେ ମହାପ୍ରଭୁ

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ପବିତ୍ର ଆଷାଢ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ...

ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଏଏସଓ ଅଫିସରଙ୍କ ବଦଳି

ଭୁବନେଶ୍ୱର,୧୫।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର(ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ...

ଅଭିଯୋଗ ଶୁଣାଣିକୁ ନେଇ ମନମୋହନ କହିଲେ, ପ୍ରତି ସୋମବାର…

ଭୁବନେଶ୍ୱର,୧୫।୭: ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ତେବେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ...

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଏବେ ଏହି ବିଭାଗରେ…

ଭୁବନେଶ୍ୱର,୧୫।୭: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସୋମବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଆହୁଜାଙ୍କ ଓଡ଼ିଶା ଷ୍ଟେଟ୍‌ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ଚେୟାରମ୍ୟାନର ଦାୟିତ୍ୱ ମିଳିଛି।...

ସିଂହଦ୍ୱାରରେ ଲାଗିଲା ତିନି ରଥ, ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୧୫।୭: ସିଂହଦ୍ୱାରରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସିଂହଦ୍ୱାରରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri