ସରି ଆସୁଛି ଖରାଛୁଟି: ୨୦ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୬ା୬: ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ଉପସ୍ଥିତ ରହିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବାବେଳେ ପିଲାଙ୍କ ପାଠପଢ଼ା ପାଇଁ ସ୍କୁଲଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅତ୍ୟଧିକ ଖରା ଓ ଗରମ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୨ରୁ ବିଦ୍ୟାଳୟଗୁଡ଼ିକ ପାଇଁ ଖରାଛୁଟି ଘୋଷଣା କରିଥିଲେ। ୨୩ ତାରିଖରୁ ସ୍କୁଲ ବନ୍ଦ ରହିଥିଲା। ତେବେ ସ୍କୁଲ ଖୋଲିବା ପରେ ପିଲାଙ୍କ ପାଠପଢ଼ା ଯେପରି ସ୍ବାଭାବିକ ହେବ ଓ ୨୦୨୫-୨୬ ଶିକ୍ଷାବର୍ଷ ଠିକ୍‌ ଭାବେ ପରିଚାଳିତ ହୋଇପାରିବ ସେନେଇ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ/ପ୍ରଧାନଶିକ୍ଷକଙ୍କ ଉପରେ ଅଧିକ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଶିକ୍ଷୟିତ୍ରୀଶିକ୍ଷକ, ଅଫିସ କର୍ମଚାରୀ, ସଫେଇ କର୍ମଚାରୀ, ରୋଷେୟା ଜୁନ୍‌ ୧୯ରୁ ବିଦ୍ୟାଳୟରେ ଯୋଗଦେବାକୁ ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଚିଠି କରାଯାଇଛି। ସେମାନେ ବିଦ୍ୟାଳୟରେ ଯୋଗଦେଇ କ୍ଲାସରୁମ୍‌ ଏବଂ ବିଦ୍ୟାଳୟ ପରିସର ସଫା କରିବେ। ବର୍ଷା ଯୋଗୁ କ୍ୟାମ୍ପସ ପରିସରରେ ଉଠିଥିବା ଗଛଲତା ସଫା କରିବା, ପାଣି ଟାଙ୍କି ସଫା କରିବା, ପିଲାଙ୍କ ବସିବା ବେଞ୍ଚ୍‌ ଓ ଚେୟାରକୁ ଠିକ୍‌ ଭାବେ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ସେହିପରି ପରିସ୍ରାଗାର, ଇ-ଲାଇବ୍ରେରୀ, ରୋଷେଇ ଘରଗୁଡ଼ିକୁ ମଧ୍ୟ ସଫା କରିବା ସହିତ ମଧ୍ୟାହ୍ନଭୋଜନ ପାଇଁ ଥିବା ସାମଗ୍ରୀ ସବୁକୁ ଯାଞ୍ଚ କରିବାକୁ ପ୍ରଧାନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷରେ ଖରାଛୁଟି ବୃଦ୍ଧି କରାଯିବ ବୋଲି ଏବେ ବିଭିନ୍ନ ସୋସିଆଲ ମିଡିଆରେ ପୋଷ୍ଟ ଓ ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ଦ୍ୱନ୍ଦ୍ୱରେ ପଡିଛନ୍ତି। ବିଭିନ୍ନ ସୋସିଆଲ ମିଡିଆ ପୋଷ୍ଟରେ ହଇଜା, କୋଭିଡ୍‌ ଓ ଗୁଳୁଗୁଳି ଆଦି ଭିନ୍ନ ଭିନ୍ନ କାରଣ ଦର୍ଶାଯାଉଛି। ତେବେ ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୌଣସି ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବାବେଳେ ଏହା ଏକ ଗୁଜବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?