Posted inଜାତୀୟ

‘ଯେଉଁ ସ୍କୁଲରେ ଅଧିକ ଶିକ୍ଷୟତ୍ରୀ, ସେଠାରେ ଝଗଡା ଅଧିକ’

ଜୟପୁର,୧୨।୧୦: ରାଜସ୍ଥାନ ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂ ଦୋଟାସରା ଆଜିକାଲି ଏକ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଅଛନ୍ତି। ଅନ୍ତର୍ଜାତୀୟ ବାଳିକା ଶିଶୁ ଦିବସରେ ଗୋବିନ୍ଦ ସିଂ ଦୋଟାସରା ଶିକ୍ଷକମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେଉଁ ବିଦ୍ୟାଳୟରେ ଅଧିକ ଶିକ୍ଷୟତ୍ରୀ ଅଛନ୍ତି, ସେଠାରେ ଅଧିକ ଝଗଡା ହୋଇଥାଏ। ତାଙ୍କର ଏହି ମନ୍ତବ୍ୟ ଏବେ ଚର୍ଚ୍ଚା ହେଉଛି।
ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂ ଦୋଟାସରା କହିଛନ୍ତି ଯେ ସରକାର ସବୁଠାରେ ମହିଳାଙ୍କୁ ପ୍ରାଥମିକତା ଦେଇଛନ୍ତି ଏବଂ ମହିଳାମାନେ ଅଳ୍ପ ପରିଶ୍ରମ କରି ବହୁ ଦୂର ଯାଇପାରିବେ। ମହିଳାମାନଙ୍କ ପାଇଁ ସରକାର ଅନେକ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ଚୟନ ଏବଂ ପଦୋନ୍ନତିରେ ମହିଳାମାନଙ୍କୁ ପ୍ରାଥମିକତା ଦିଆଯାଇଛି। ଅନେକ ଶିକ୍ଷକ ଏହାକୁ ପସନ୍ଦ କରନ୍ତି ନାହିଁ। ସେମାନେ ପଚାରନ୍ତି, ଆମେ ଭଲ ଶିକ୍ଷା ଦେଉ ନାହୁଁ କି? କିନ୍ତୁ ମୁଁ ଗୋଟିଏ କଥା କହିବାକୁ ଚାହେଁ। ଆପଣ (ମହିଳା ଶିକ୍ଷକ) ମାନଙ୍କ ମଧ୍ୟରେ ମଧ୍ୟ ଅନେକ ଝଗଡା କରନ୍ତି, ଯେଉଁ ବିଦ୍ୟାଳୟରେ ଅଧିକ ମହିଳା କର୍ମଚାରୀ ଅଛନ୍ତି, ପରିସ୍ଥିତି ଭିନ୍ନ ହୋଇଥାଏ ବୋଲି ସେ କହିଥିଲେ। ମନ୍ତ୍ରୀଙ୍କ ଏଭଳି ବିବାଦୀୟ ମନ୍ତବ୍ୟକୁ ନେଇ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri